୨୪ ଘଣ୍ଟାରେ ୩୦% ଅଧିକ ସଂକ୍ରମିତ

ନୂଆଦିଲ୍ଲୀ, ୧୯ା୧୧: ଭାରତରେ କରୋନା ସଂକ୍ରମଣ ହାର କମିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଏହା ୩୦% ଅଧିକ ବ୍ୟକ୍ତିଙ୍କୁ ସଂକ୍ରମିତ କରିଥିବା ଜଣାପଡ଼ିଛି। ମଙ୍ଗଳବାର ୨୯,୧୬୪ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ବୁଧବାର ହଠାତ୍‌ ଏହା ବୃଦ୍ଧିପାଇ ୩୮,୬୧୭ରେ ପହଞ୍ଚିଛି। ଦୀପାବଳି, ଭାଇଦୂଜ ଉତ୍ସବ, ବିହାର ନିର୍ବାଚନ ଯୋଗୁ ସଂକ୍ରମଣ ହାର ବୃଦ୍ଧି ପାଇଥିବା କୁହାଯାଉଛି। ଅପରପକ୍ଷରେ ସାମ୍ପଲ ଟେଷ୍ଟ ବଢ଼ୁଥିବାରୁ ଏଭଳି ଦୃଶ୍ୟ ସାମ୍ନାକୁ ଆସିଥିବା ଆଇସିଏମ୍‌ଆର୍‌ ପ୍ରକାଶ କରିଛି। ଦେଶରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୯.୧୨ ଲକ୍ଷକୁ ବୃଦ୍ଧିପାଇଥିବା ବେଳେ ମୃତ୍ୟୁସଂଖ୍ୟା ୧.୩୦ ଲକ୍ଷ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁ ୪୭୪ ଜଣ ଜୀବନ ହାରିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟରେ ଦର୍ଶାଯାଇଛି। ସୁସ୍ଥ ହାର ୯୩%ରୁ ଅଧିକ ରହିଥିଲେ ହେଁ ସକ୍ରିୟ ମାମଲା ୪,୪୬,୮୦୫ ରହିଥିବାରୁ ଚିନ୍ତା ବଢ଼ିବାରେ ଲାଗିଛି।
ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳର ପରିସ୍ଥିତି ଏବେବି ଜଟିଳ ରହିଛି। ସଂକ୍ରମଣ ସ୍ଥିତି ଓ ଆଇସିୟୁ ବେଡ୍‌ ଅଭାବ ଯୋଗୁ ସମସ୍ୟା ଦେଖାଦେଇଛି। ଦିଲ୍ଲୀ ସରକାର ସଂକ୍ରମଣକୁ ରୋକିବା ଲାଗି କଟକଣା ଲାଗୁ ଉପରେ ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବାହାଘରରେ ସର୍ବାଧିକ ୫୦ ଲୋକଙ୍କ ଉପସ୍ଥିତି, ମାର୍କେଟ ଅଞ୍ଚଳରେ ଲକ୍‌ଡାଉନ୍‌ ଲାଗୁ ନେଇ ରାଜ୍ୟପାଳ ଅନିଲ ବୈଜାଲ ଓ କେନ୍ଦ୍ରକୁ ପ୍ରସ୍ତାବ ଦେଇଛନ୍ତି। ଅପରପକ୍ଷରେ ମହାରାଷ୍ଟ୍ର, ବିହାର, ଦିଲ୍ଲୀ, ଝାଡ଼ଖଣ୍ଡ ଆଦି ରାଜ୍ୟରେ ଗୋଷ୍ଠୀ ସଂକ୍ରମଣକୁ ରୋକିବା ଲାଗି ୨୦ରେ ହେବାକୁ ଥିବା ଛଟ୍‌ପୂଜା ଉପରେ କଟକଣା ଲଗାଯାଇଛି। ମହାମାରୀ କରୋନାରୁ ବର୍ତ୍ତିବା ଲାଗି ବିଶ୍ୱବ୍ୟାପୀ ଟିକା ପ୍ରସ୍ତୁତି ଚାଲିଥିବାବେଳେ ଆମେରିକା ଡ୍ରଗ୍‌ମେକର ଫାଇଜର ଓ ମଡର୍ନା ଏବଂ ରୁଷିଆ ଟିକା ସ୍ପୁଟିକନିକ୍‌ ଭି’ ଆଶା ସଂଚାର କରିଛି। ଭାରତ ସମେତ ଅନ୍ୟ ଦେଶଗୁଡ଼ିକ ମଧ୍ୟ ଟିକା ପ୍ରସ୍ତୁତିରେ ମାତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri