Posted inରାଜ୍ୟ

ବଜେଟ ଅଧିବେଶନ ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୩ା୨(ସତ୍ୟଜିତ୍‌ ରାଉତ): ବିଧାନସଭାରେ ଗୁରୁବାରଠାରୁ ଚଳିତବର୍ଷର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ବିଧାନସଭା ରହିଛି। ବୁଧବାର ଅପରାହ୍ନରେ ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ବିଧାନସଭା ପରିସରରେ ପହଞ୍ଚତ୍ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ସମୟରେ ଟୁଇନ୍‌ ସିଟି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଭୁବନେଶ୍ୱର ଡିସିପି ପିନାକ ମିଶ୍ରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଦାୟିତ୍ୱରେ ଥିବା ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଡିଜିପି ସୁରକ୍ଷା ବ୍ୟବସ୍ଥାର ବିଭିନ୍ନ ଦିଗକୁ ନେଇ ଆଲୋଚନା କରିଥିଲେ। ଭୁବନେଶ୍ୱର ଡିସିପି ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥା ପରିଚାଳିତ ହେଉଛି। ବିଧାନସଭା ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ ସହ ୧୦୦ ଅଫିସରଙ୍କୁ ନିୟୋଜିତ କରାଯାଇଛି। ରୁଫଟପ୍‌ ସିକ୍ୟୁରିଟି ବ୍ୟବସ୍ଥା କରାଯାଇଥିବା ବେଳେ ଆନ୍ଦୋଳନକାରୀଙ୍କ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇ ସ୍ବତନ୍ତ୍ର ଫୋର୍ସ ମୁତୟନ କରାଯାଇଛି। ଧାରଣାସ୍ଥଳ ମହାତ୍ମା ଗାନ୍ଧୀ ମାର୍ଗକୁ ସିସିଟିଭି ନଜରରେ ରଖାଯାଇଛି। କୌଣସି ଜରୁରିକାଳୀନ ପରିସ୍ଥିତି ପାଇଁ ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌, କୁଇକ୍‌ ରିଆକ୍ସନ୍‌ ଟିମ୍‌, ମୋବାଇଲ କୁଇକ୍‌ ରିଆକ୍ସନ୍‌ ଟିମ୍‌ ଏବଂ କମିଶନରେଟ୍‌ ପୋଲିସର କାଉଣ୍ଟର ଟେରରିଷ୍ଟ୍‌ ସ୍କ୍ବାଡ୍‌ (ସିଟିଏସ୍‌)କୁ ମଧ୍ୟ ସଜାଗ ରଖାଯାଇଛି। ବିଧାନସଭା ଭିତର, ପରିସର ଏବଂ ପିଏମ୍‌ଜି ଛକ ଆଦି ସମ୍ପୂର୍ଣ୍ଣ ସ୍ଥାନକୁ ସିଲ୍‌ କରାଯାଇଛି। ଡଗ୍‌ ସ୍କ୍ବାଡ୍‌ ଓ ବମ୍‌ ସ୍କ୍ବାଡ୍‌ ମଧ୍ୟ ଯାଞ୍ଚ କରିବା ସହ ଜଗି ରହିଛନ୍ତି। ଗଣମାଧ୍ୟମକୁ ପୋଲିସ ଡିଜି ଖୁରାନିଆ କହିଛନ୍ତି, ଏହି ଅଧିବେଶନ ପାଇଁ ସବୁ ଦିଗକୁ ଦୃଷ୍ଟିରେ ରଖି ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଆଇନଶୃଙ୍ଖଳା ସ୍ଥିତିକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସକୁ ଯାହା ଆବଶ୍ୟକ ଥିଲା ତାହା ପୋଲିସ ମୁଖ୍ୟାଳୟ ପକ୍ଷରୁ ଯୋଗାଇ ଦିଆଯାଇଛି ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri