Posted inରାଜ୍ୟ

ବଜେଟ ଅଧିବେଶନ ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୩ା୨(ସତ୍ୟଜିତ୍‌ ରାଉତ): ବିଧାନସଭାରେ ଗୁରୁବାରଠାରୁ ଚଳିତବର୍ଷର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ବିଧାନସଭା ରହିଛି। ବୁଧବାର ଅପରାହ୍ନରେ ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ବିଧାନସଭା ପରିସରରେ ପହଞ୍ଚତ୍ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ସମୟରେ ଟୁଇନ୍‌ ସିଟି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଭୁବନେଶ୍ୱର ଡିସିପି ପିନାକ ମିଶ୍ରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଦାୟିତ୍ୱରେ ଥିବା ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଡିଜିପି ସୁରକ୍ଷା ବ୍ୟବସ୍ଥାର ବିଭିନ୍ନ ଦିଗକୁ ନେଇ ଆଲୋଚନା କରିଥିଲେ। ଭୁବନେଶ୍ୱର ଡିସିପି ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥା ପରିଚାଳିତ ହେଉଛି। ବିଧାନସଭା ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ ସହ ୧୦୦ ଅଫିସରଙ୍କୁ ନିୟୋଜିତ କରାଯାଇଛି। ରୁଫଟପ୍‌ ସିକ୍ୟୁରିଟି ବ୍ୟବସ୍ଥା କରାଯାଇଥିବା ବେଳେ ଆନ୍ଦୋଳନକାରୀଙ୍କ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇ ସ୍ବତନ୍ତ୍ର ଫୋର୍ସ ମୁତୟନ କରାଯାଇଛି। ଧାରଣାସ୍ଥଳ ମହାତ୍ମା ଗାନ୍ଧୀ ମାର୍ଗକୁ ସିସିଟିଭି ନଜରରେ ରଖାଯାଇଛି। କୌଣସି ଜରୁରିକାଳୀନ ପରିସ୍ଥିତି ପାଇଁ ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌, କୁଇକ୍‌ ରିଆକ୍ସନ୍‌ ଟିମ୍‌, ମୋବାଇଲ କୁଇକ୍‌ ରିଆକ୍ସନ୍‌ ଟିମ୍‌ ଏବଂ କମିଶନରେଟ୍‌ ପୋଲିସର କାଉଣ୍ଟର ଟେରରିଷ୍ଟ୍‌ ସ୍କ୍ବାଡ୍‌ (ସିଟିଏସ୍‌)କୁ ମଧ୍ୟ ସଜାଗ ରଖାଯାଇଛି। ବିଧାନସଭା ଭିତର, ପରିସର ଏବଂ ପିଏମ୍‌ଜି ଛକ ଆଦି ସମ୍ପୂର୍ଣ୍ଣ ସ୍ଥାନକୁ ସିଲ୍‌ କରାଯାଇଛି। ଡଗ୍‌ ସ୍କ୍ବାଡ୍‌ ଓ ବମ୍‌ ସ୍କ୍ବାଡ୍‌ ମଧ୍ୟ ଯାଞ୍ଚ କରିବା ସହ ଜଗି ରହିଛନ୍ତି। ଗଣମାଧ୍ୟମକୁ ପୋଲିସ ଡିଜି ଖୁରାନିଆ କହିଛନ୍ତି, ଏହି ଅଧିବେଶନ ପାଇଁ ସବୁ ଦିଗକୁ ଦୃଷ୍ଟିରେ ରଖି ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଆଇନଶୃଙ୍ଖଳା ସ୍ଥିତିକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସକୁ ଯାହା ଆବଶ୍ୟକ ଥିଲା ତାହା ପୋଲିସ ମୁଖ୍ୟାଳୟ ପକ୍ଷରୁ ଯୋଗାଇ ଦିଆଯାଇଛି ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri