ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ: ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚତ୍ବାକୁ ଯାତ୍ରୀଙ୍କୁ ପରାମର୍ଶ

ଭୁବନେଶ୍ୱର,୬।୯ (ବ୍ୟୁରୋ): ସଫଳ ନେତୃତ୍ୱ ଯୋଗୁ ନୂଆଦିଲ୍ଲୀରେ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଓଡ଼ିଶା ଫେରିବେ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧ଟା ୨୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ତେବେ ତାଙ୍କୁ ସ୍ବାଗତ କରିବା ପାଇଁ ବିଜେଡି ପକ୍ଷରୁ ବଡ଼ ଆୟୋଜନ କରାଯାଇଛି। ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରୁ ପ୍ରାୟ ୫୦ ହଜାର ଦଳୀୟ କର୍ମୀଙ୍କ ସମାଗମ ସମ୍ଭାବନା ରହିଛି। ଏଥିପାଇଁ ରାଜଧାନୀରେ ଟ୍ରାଫିକ ଜାମ୍‌ ହେବାର ଆଶଙ୍କା ଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ସହରରେ ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ ବୋଲି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି କାର୍ଯ୍ୟକ୍ରମ ପାଇଁ ରୁଟ୍‌ ଲାଇନିଂ ସହ ଟ୍ରାଫିକ ନିୟନ୍ତ୍ରଣକୁ ଗୁରୁତ୍ୱ ଦିଆଯାଇଛି। ଭିଡ଼ ନିୟନ୍ତ୍ରଣ ଓ ସୁରକ୍ଷା ଦୃଷ୍ଟିରୁ ୮ଜଣ ଅତିରିକ୍ତ ଡିସିପି, ୧୬ଜଣ ଏସିପି, ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବ। ବିମାନବନ୍ଦର ନିକଟ ୩ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ଏଥିସହ ଅଧିକ ଭିଡ଼ ଯୋଗୁ ଏୟାରପୋର୍ଟ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା ହୋଇଛି। ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ସକାଳ ୮ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିମାନ ବନ୍ଦରରେ ପ୍ରବଳ ଜନସମାଗମ ହେବ। ଅନ୍ୟ ସ୍ଥାନକୁ ଯାତ୍ରା କରିବାକୁ ଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସମୟର ୩ଘଣ୍ଟା ପୂର୍ବରୁ ବିମାନ ବନ୍ଦରରେ ପହଞ୍ଚତ୍ବାକୁ ଡିସିପି ସିଂ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri