ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ: ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚତ୍ବାକୁ ଯାତ୍ରୀଙ୍କୁ ପରାମର୍ଶ

ଭୁବନେଶ୍ୱର,୬।୯ (ବ୍ୟୁରୋ): ସଫଳ ନେତୃତ୍ୱ ଯୋଗୁ ନୂଆଦିଲ୍ଲୀରେ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଓଡ଼ିଶା ଫେରିବେ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧ଟା ୨୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ତେବେ ତାଙ୍କୁ ସ୍ବାଗତ କରିବା ପାଇଁ ବିଜେଡି ପକ୍ଷରୁ ବଡ଼ ଆୟୋଜନ କରାଯାଇଛି। ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରୁ ପ୍ରାୟ ୫୦ ହଜାର ଦଳୀୟ କର୍ମୀଙ୍କ ସମାଗମ ସମ୍ଭାବନା ରହିଛି। ଏଥିପାଇଁ ରାଜଧାନୀରେ ଟ୍ରାଫିକ ଜାମ୍‌ ହେବାର ଆଶଙ୍କା ଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ସହରରେ ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ ବୋଲି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି କାର୍ଯ୍ୟକ୍ରମ ପାଇଁ ରୁଟ୍‌ ଲାଇନିଂ ସହ ଟ୍ରାଫିକ ନିୟନ୍ତ୍ରଣକୁ ଗୁରୁତ୍ୱ ଦିଆଯାଇଛି। ଭିଡ଼ ନିୟନ୍ତ୍ରଣ ଓ ସୁରକ୍ଷା ଦୃଷ୍ଟିରୁ ୮ଜଣ ଅତିରିକ୍ତ ଡିସିପି, ୧୬ଜଣ ଏସିପି, ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବ। ବିମାନବନ୍ଦର ନିକଟ ୩ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ଏଥିସହ ଅଧିକ ଭିଡ଼ ଯୋଗୁ ଏୟାରପୋର୍ଟ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା ହୋଇଛି। ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ସକାଳ ୮ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିମାନ ବନ୍ଦରରେ ପ୍ରବଳ ଜନସମାଗମ ହେବ। ଅନ୍ୟ ସ୍ଥାନକୁ ଯାତ୍ରା କରିବାକୁ ଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସମୟର ୩ଘଣ୍ଟା ପୂର୍ବରୁ ବିମାନ ବନ୍ଦରରେ ପହଞ୍ଚତ୍ବାକୁ ଡିସିପି ସିଂ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌-୧୯ ପରୀକ୍ଷଣ: ରାଜଧାନୀର ୫ ସ୍କୁଲରେ ନମୁନା ସଂଗ୍ରହ ଆରମ୍ଭ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ଭାଇରସ୍‌ କୋଭିଡ୍‌-୧୯ ପରୀକ୍ଷଣ ପାଇଁ ଭୁବନେଶ୍ୱରର ୫ ସ୍କୁଲରେ ନମୁନା ସଂଗ୍ରହ କେନ୍ଦ୍ର ଖୋଲାଯାଇଛି। ଝାରପଡ଼ା ପ୍ରାଥମିକ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର ସରକାରୀ...

ନିର୍ମାଣ ଶ୍ରମିକଙ୍କ ଆନ୍ଦୋଳନ

ରସୁଲପୁର, ୧୮।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱସ୍ଥ ମହିଳା ହାଟଠାରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକ ଆନ୍ଦୋଳନ...

ଘୁଞ୍ଚିଲା ଏଏସ୍‌ଓ ଲିଖିତ ପରୀକ୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ତାରିଖରେ ହେବାକୁ ଥିବା ଆସିଷ୍ଟାଣ୍ଟ...

ଅନଫିଟ୍‌ ଗାଡ଼ିରେ ଛାତ୍ରୀଛାତ୍ର ପରିବହନ; କଟକଣା ମାନୁନାହାନ୍ତି କର୍ତ୍ତୃପକ୍ଷ

କଟକ ଅଫିସ, ୧୧।୭: ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ସମୟରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଉଛି। ପାଠ ପଢିବାକୁ ଆସିଥିବା...

ପାଇଖାନା ଟାଙ୍କି ଉପରେ ଅଙ୍ଗନଓ୍ବାଡି ରୋଷେଇ

ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଚାକିଡ଼ି ପଞ୍ଚାୟତ ଅଧୀନ ଆମନ୍ଦାପାଣି ଗ୍ରାମରେ ବାଟବଣା ହୋଇଛି ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା। ଏଠାରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରର...

ବିଜୁ ଯୁବ ବାହିନୀ ବିରୋଧରେ ଫେରାଦ ହେଲା ଭାଜପା:ରିଲିଫ କୋଡ୍‌କୁ ଉଲଙ୍ଘନ କରିଛନ୍ତି ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ):ରାଜ୍ୟ ରାଜକୋଷ ଅର୍ଥରେ ଗଠନ ହୋଇଥିବା ବିଜୁ ଯୁବ ବାହିନୀର ସଦସ୍ୟମାନଙ୍କ ବାତ୍ୟା ୧୫ଦିନ ପରେ ମଧ୍ୟ ଦେଖା ମିଳୁନାହିଁ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କ...

ଆଇକନିକ୍‌ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍‌ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ...

ଓରେରା ଟ୍ରିବ୍ୟୁନାଲ ଅକାମୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ଘର ଓ ଜମି ବିକୁଥିବା ବେଆଇନ ପ୍ରମୋଟର ଏବଂ ରିୟଲ ଇଷ୍ଟେଟଗୁଡ଼ିକ ଉପରେ ଅଙ୍କୁଶ ଲଗାଇବାକୁ ଗଠନ କରାଯାଇଥିବା ଓଡ଼ିଶା ରିିୟଲ ଇଷ୍ଟେଟ ରେଗୁଲେଟୋରି...

Advertisement
Archives

Model This Week