ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାଳମାଳ ଫେକ୍‌ ଆଇଡି, ଦ୍ୱନ୍ଦ୍ୱରେ ସିଏମଓ ଅଫିସ

ଭୁବନେଶ୍ୱର,୧୩।୬: ଓଡ଼ିଶାକୁ ମିଳିଛି ପୁଣି ନୂଆ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ଭାଜପା ବିଧାୟକ ମୋହନ ଚରଣ ମାଝି। ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପରେ ବିଭିନ୍ନ ଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ସୋସିଆଲ ମିଡିଆ ଏକ୍ସ, ଫେସବୁକ୍‌, ଇନଷ୍ଟାଗ୍ରାମରେ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଟ୍ୟାଗ୍‌ କରାଯାଇ ଶୁଭେଚ୍ଛା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।

ତେବେ ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି ସମସ୍ତେ ମୁଖ୍ୟମନ୍ତ୍ରୀ ମୋହନଙ୍କ ବିଭିନ୍ନ ଆକାଉଣ୍ଟକୁ ଟ୍ୟାଗ୍‌ କରୁଛନ୍ତି। ଅର୍ଥାତ୍‌ ମୁଖ୍ୟମନ୍ତ୍ରୀ ଶପଥ ନେବା ପରଠାରୁ ଏବେଯାଏ ମୋହନଙ୍କ ନାମରେ ୩୦ରୁ ଅଧିକ ଫେକ୍‌ ଆକାଉଣ୍ଟ ସୋସିଆଲ ମିଡିଆରେ ଖୋଲାଯାଇଛି। ଆଉ ଏଥିରେ ବୁଧବାର ଠାରୁ ନୂଆନୂଆ ପୋଷ୍ଟ ମଧ୍ୟ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଗସ୍ତ ଠାରୁ ଆରମ୍ଭ କରି ବିଭିନ୍ନ ପ୍ରସ୍ତାବ ମଞ୍ଜୁରୀକୁ ନେଇ ମଧ୍ୟ ଳଗାତାର ପୋଷ୍ଟ କରାଯାଉଛି। ଏପରିକି ସିଏମଓ ଓଡ଼ିଶା ଓ ଭାଜପା ଓଡ଼ିଶା ଏକ୍ସ ହ୍ୟାଣ୍ଡେଲ ମଧ୍ୟ ଭିନ୍ନ ଭିନ୍ନ ଆଇଡିକୁ ଟ୍ୟାଗ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ସରକାରୀ ଟ୍ବିଟର ହ୍ୟାଣ୍ଡେଲ ଜଣାପଡୁ ନ ଥିବାବେଳେ ୩୦ରୁ ଅଧିକ ଫେକ୍‌ ଆକାଉଣ୍ଟ ସୋସିଆଲ ମିଡିଆରେ ଘୁରି ବୁଲୁଛି। ପ୍ରକୃତ ଆଇଡି କେଉଁଟି ଜଣାପଡୁ ନଥିବାରୁ ୟୁଜର୍ସ ତାକୁ ଫଲୋ ମଧ୍ୟ କରୁଛନ୍ତି।

ତେବେ @MohanMOdisha ନାମକ ଆକାଉଣ୍ଟକୁ ଅଧିକାଂଶ ମୁଖ୍ୟମନ୍ତ୍ରୀଙ୍କ ରିଅଲ ଆଇଡି କୁହାଯାଉଛି। ଏହି ଆକାଉଣ୍ଟକୁ ୧୯ହଜାରରୁ ଅଧିକ ଲୋକ ଫଲୋ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?