୯୦୦ ସ୍ଥାନରେ ୩୦ ପୋଲିସଙ୍କୁ ଦାୟିତ୍ୱ

ବାରିପଦା,୪ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଏସିଆ ମହାଦେଶର ଦ୍ୱିତୀୟ ସର୍ବବୃହତ୍‌ ଅଭୟାରଣ୍ୟ ଶିମିଳିପାଳର ବନ୍ୟପ୍ରାଣୀ, ବୃକ୍ଷଲତା ଓ ସୁରକ୍ଷା ଦାୟିତ୍ୱରେ ଥିବା ବନ କର୍ମଚାରୀ ଭୟ ଓ ଆତଙ୍କ ମଧ୍ୟରେ ରହିଛନ୍ତି। ଏକମାସ ମଧ୍ୟରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନରେ କାର୍ଯ୍ୟରତ ଦୁଇ ବନ କର୍ମଚାରୀ ଶିକାରୀଙ୍କ ଗୁଳିରେ ନିହତ ହୋଇଛନ୍ତି। ଏହି ଘଟଣା ପରେ ସୁରକ୍ଷା ଦାବି ନେଇ ସାରା ରାଜ୍ୟରେ ବନ କର୍ମଚାରୀମାନେ ପାଟ୍ରୋଲିଂ ଛାଡ଼ି ଆନ୍ଦୋଳନ ଜାରି ରଖିଛନ୍ତି। କର୍ମଚାରୀମାନେ ଅଫିସ କାର୍ଯ୍ୟ ବ୍ୟତୀତ ବନ୍ୟପ୍ରାଣୀ ଓ ଜଙ୍ଗଲ ସୁରକ୍ଷା ଦିଗରେ ଅସହଯୋଗ କରି ଚାଲିଛନ୍ତି। ଅପରପକ୍ଷରେ ଶିକାରୀ ଗୁଳିରେ ବନ କର୍ମଚାରୀ ମୃତ୍ୟୁ ପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟର ମହାନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ସଚିବଙ୍କ ଅଧ୍ୟକ୍ଷତାରେ ଏକ କେନ୍ଦ୍ରୀୟ ଟିମ୍‌ ଶିମିଳିପାଳ ଗସ୍ତ କରି ରିପୋର୍ଟ ପ୍ରଦାନ କରିଥିଲା। ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା। ଏହାକୁ ନେଇ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ମନ୍ତ୍ରୀ ଭୁପେନ୍ଦର ଯାଦବ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ଥିବା ବାଘ ଓ ସେମାନଙ୍କ ସୁରକ୍ଷା ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ସୁରକ୍ଷା ପ୍ରତି ଦୃଢ଼ ପଦକ୍ଷେପ ଆବଶ୍ୟକ ବୋଲି ରାଜ୍ୟ ସରକାରଙ୍କୁ ଚିଠି ଲେଖିଥିଲେ। ମାତ୍ର ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଓଡ଼ିଶା ଅଣଗେଜେଟେଡ୍‌ ବନସେବା ସଂଘ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଜଙ୍ଗଲରେ ପାଟ୍ରୋଲିଂ, ବନ୍ୟପ୍ରାଣୀଙ୍କ ଅନୁସରଣ ଓ ବନ୍ୟପ୍ରାଣୀ ଆପ ରିପୋର୍ଟ ପ୍ରସ୍ତୁତ କରିବାରୁ ଡେପୁଟି ରେଞ୍ଜର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡମାନେ ବିରତ ରହିଛନ୍ତି। ଅନ୍ୟପକ୍ଷରେ ଶିମିଳିପାଳକୁ ସୁରକ୍ଷା ଦେଉଥିବା ୬୦୦ରୁ ଊର୍ଦ୍ଧ୍ୱ ଶିମିଳିପାଳ ପ୍ରୋଟେକ୍ସନ ଆସିଷ୍ଟାଣ୍ଟ(ସୁରକ୍ଷା ସହାୟକ) ସଂଘ ପକ୍ଷରୁ ମଧ୍ୟ ଜୁଲାଇ ୧ତାରିଖରୁ ୭ଦଫା ଦାବି ନେଇ କାର୍ଯ୍ୟବନ୍ଦ ଜାରି ରହିଛି। ଏପରିସ୍ଥଳେ ଶିମିଳିପାଳ ସୁରକ୍ଷା ଦାୟିତ୍ୱରେ ଥିବା ସମସ୍ତ କର୍ମଚାରୀ କାର୍ଯ୍ୟ କରୁ ନ ଥିବାରୁ ଶିମିଳିପାଳ ଅସୁରକ୍ଷିତ ହୋଇପଡ଼ିଛି। ଶିମିଳିପାଳ ଉତ୍ତର ଓ ଦକ୍ଷିଣ ଡିଭିଜନର ୮୪୫ ବର୍ଗ କି.ମି. କୋର ଅଞ୍ଚଳରେ ୧୭ଟି ରେଞ୍ଜ ଅଫିସ ସହ ୨୭୧ଟି ବିଟ୍‌ ହାଉସ ରହିଛି। ୮୮ ଫରେଷ୍ଟର ପଦବୀ ରହିଥିବା ବେଳେ ୩୬ ଖାଲି ପଡ଼ିଛି। ସେହିପରି ୨୭୧ ଫରେଷ୍ଟ ଗାର୍ଡ ମଧ୍ୟରୁ ୧୨୨ ପଦବୀ ଖାଲି ପଡ଼ିଛି। ଫଳରେ ୧୭ ରେଞ୍ଜ ଅଫିସର ଓ ଏସିଏଫ୍‌ମାନଙ୍କ ଦ୍ୱାରା ଶିମିଳିପାଳ ସୁରକ୍ଷା ଅସମ୍ଭବ ହୋଇପଡ଼ିଛି। ଶିକାରୀମାନେ ନିର୍ଭୟରେ ପଶି ହାତୀ ଓ ମହାବଳ ବାଘ ଶିକାର କରିବା ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି । ଯଶୀପୁର ଅଞ୍ଚଳରୁ ରବିବାର ୪ଟି ହାତୀ ଦାନ୍ତ ଜବତ ଘଟଣା ଶିମିଳିପାଳରେ ଶିକାରୀଙ୍କ ପ୍ରାଦୁର୍ଭାବକୁ ସ୍ପଷ୍ଟ ପ୍ରମାଣିତ କରୁଛି।
ଏ ସଂକ୍ରାନ୍ତରେ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ତଥା କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି କୁହନ୍ତି, ପ୍ରୋଟେକ୍ସନ ଆସିଷ୍ଟାଣ୍ଟମାନଙ୍କ ଦାବି ପୂରଣ ଦିଗରେ ପଦକ୍ଷେପ ଗ୍ରହଣ କରାଯାଉଛି । ଶିମିଳିପାଳ ସୁରକ୍ଷା ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ ଓ ପ୍ରମୁଖ ମୁଖ୍ୟ ବନ୍ୟ ସଂରକ୍ଷକ(ପିସିସିଏଫ୍‌)ଙ୍କ ସହ ଆଲୋଚନା ପରେ ୩ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରିବାକୁ ନିର୍ଦ୍ଦେଶ ମିଳିଛି। ଏହାସହ କରଞ୍ଜିଆ, ରାଇରଙ୍ଗପୁର ଓ ଅନ୍ୟାନ୍ୟ ଡିଭିଜନରୁ ୧୫୦ ବନ କର୍ମଚାରୀଙ୍କୁ ଶିମିଳିପାଳ ସୁରକ୍ଷା ଦାୟିତ୍ୱ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। ସେହିପରି ଶିମିଳିପାଳ ପାଦଦେଶରେ ଥିବା ଲୋକ ଓ ଜନପ୍ରତିନିଧିଙ୍କୁ ନେଇ ଶିମିଳିପାଳ ସୁରକ୍ଷା କରାଯିବ ବୋଲି ସେ ସୂଚନା ଦେଇଛନ୍ତିି। ଅନ୍ୟପକ୍ଷରେ ଶିମିଳିପାଳକୁ ସୁରକ୍ଷା ଦେଉଥିବା କର୍ମଚାରୀଙ୍କ ଦାବି ପ୍ରତି ଦୃଷ୍ଟି ଦେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରାଗଲେ ଶିମିଳିପାଳକୁ ବଞ୍ଚାଇ ହେବ ବୋଲି ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?