ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

ଭୁବନେଶ୍ୱର,୬।୯: ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡିଥିବା ବିଧାନସଭାରେ ସୂଚନା ଦେଇଛନ୍ତି ସରକାର। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ରଖିଛନ୍ତି।

ରାଜ୍ୟରେ ପ୍ରାୟ ୧ ଲକ୍ଷ ୩୫ ହଜାର ୬୫୬ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦ ରହିଥିଲା ବେଳେ ଏକ ବଡ ସଂଖ୍ୟାରେ ପଦବୀ ଖାଲି ରହିଥିବା ଜଣାପଡିଛି। ଗଞ୍ଜାମ ଜିଲାରେ ସର୍ବାଧିକ ୪ ହଜାର ୨୮୩ ଶିକ୍ଷକ ପଦବୀ ଖାଲି ରହିଥିବା ବେଳେ ୧୬ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ନେଇ ପ୍ରକ୍ରିୟା ଚାଲୁ ରହିଥିବା ମନ୍ତ୍ରୀ କହିଛନ୍ତି।

କିଛିଦିନ ତଳେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଉତ୍ତରରେ ଦେଇଥିବା ତଥ୍ୟ ଅନୁଯାୟୀ ସ୍କୁଲ୍ ଏବଂ ଗଣଶିକ୍ଷା ବିଭାଗରେ ସର୍ବାଧିକ ୬୩,୪୦୫ ପଦବୀ ଖାଲି ରହିଥିବା ବେଳେ ଏହା ପଛକୁ ସ୍ୱାସ୍ଥ୍ୟ ବିଭାଗରେ ୩୯,୧୨୭ ପଦବୀ ଖାଲି ରହିଛି।

ସେହିଭଳି ଗୃହ ବିଭାଗରେ ୧୯,୮୮୯, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗରେ ୧,୩୫୬୭, ରାଜସ୍ବ ଏବଂ ବିପର୍ୟ୍ୟୟ ପରିଚାଳନା ବିଭାଗରେ ୧୧,୮୧୦, ଆଇନ ବିଭାଗରେ ୨,୯୭୩, ଅର୍ଥ ବିଭାଗରେ ୩,୧୦୧, ବାଣିଜ୍ୟ ଏବଂ ପରିବହନ(ବ୍ୟାପାର) ବିଭାଗରେ ୧୩୯୧, ପୂର୍ତ୍ତ ବିଭାଗରେ ୪୪୦୫, ଓଡ଼ିଶା ବିଧାନସଭାରେ ୨୬୩, ଖାଦ୍ୟ ଯୋଗାଣ ଏବଂ ଗ୍ରାହକ କଲ୍ୟାଣ ବିଭାଗରେ ୧୦୯୩, ଏସସି ଏବଂ ଏସଟି ବିକାଶ, ଦଳିତ ଏବଂ ପଛୁଆ ବର୍ଗରେ ୩୨୮୧, ଗୃହ ଏବଂ ନଗର ଉନ୍ନୟନ ବିଭାଗରେ ୧୦୭୯, ଶ୍ରମିକ ଏବଂ ଇଏସଆଇ ବିଭାଗରେ ୧୭୬୮, ଖେଳ ଏବଂ ଯୁବ ବ୍ୟାପାର ବିଭାଗରେ ୯୬, ଯୋଜନା ଏବଂ ସଂଯୋଜନା ବିଭାଗରେ ୧୩୮୯, ପଞ୍ଚାୟତରାଜ ଏବଂ ପାନୀୟଜଳ ବିଭାଗରେ ୭୪୬୫, ବାଣିଜ୍ୟ ଏବଂ ପରିବହନ(ପରିବହନ) ବିଭାଗରେ ୬୦୦, ବନ, ପରିବେଶ ଏବଂ ଜଳବାୟୁ ପରିବର୍ତନ ବିଭାଗରେ ୪୨୯୪, କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗରେ ୭୨୯୫, ଇସ୍ପାତ ଏବଂ ଖଣି ବିଭାଗରେ ୭୨୦, ସୂଚନା ଏବଂ ଲୋକ ସମ୍ପର୍କ ବିଭାଗରେ ୫୦୧, ଅବକାରୀ ବିଭାଗରେ ୨୪, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗରେ ୩୫, ଗ୍ରାମାଞ୍ଚଳ ଉନ୍ନତିକରଣ ବିଭାଗରେ ୧୫୨୪, ପାର୍ଲିଆମେଣ୍ଟାରୀ ବିଭାଗରେ ୧୪୨, ଶକ୍ତି ବିଭାଗରେ ୩୯୩, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ବିଭାଗରେ ୯୫୨, ପର୍ୟ୍ୟଟନ ବିଭାଗରେ ୧୫୧, ମତ୍ସ୍ୟ ଓ ପଶୁ ସମ୍ପଦରେ ୬୦୭୨, କୋଅପରେସନରେ ୧୮୨୧, ପବ୍ଲିକ ଏଣ୍ଟରପ୍ରାଇଜରେ ୨୫, ମହିଳା ଶିଶୁ କଲ୍ୟାଣ ବିଭାଗରେ ୨୦୧୭, ଇଲେକ୍ଟ୍ରୋନିକ ଏବଂ ଆଇଟି ରେ ୧୯, ଉଚ୍ଚ ଶିକ୍ଷାରେ ୩୭୬୧, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷାରେ ୩୧୦, ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତିରେ ୩୬୨ ଏବଂ ମିଶନ ଶକ୍ତି ବିଭାଗର ୪୯ ଟି ପଦବୀକୁ ମିଶାଇ ମୋଟ ୨୦୫୨୨୮ ପଦବୀ ଖାଲି ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?