୩୦ରୁ ୩ ଦିନିଆ ଗ୍ଲୋବାଲ ଟ୍ରେଡ୍‌ ଶୋ

ଭୁବନେଶ୍ୱର,୨୮।୮(ଅଭୟ ଦାଶ): ଉତ୍କଳ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ୟୁସିସିଆଇଏଲ) ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ୩ ଦିନିଆ ଗ୍ଲୋବାଲ ଟ୍ରେଡ୍‌ ଶୋ ‘ରିସର୍ଜେଣ୍ଟଟ ଓଡ଼ିଶା-୨୦୨୪’ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ୩ ଦିନିଆ ଶୋ’ ୨୦୨୪ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଭୁବନେଶ୍ୱରର ଜନତା ମଇଦାନଠାରେ ଆୟୋଜନ ହେବ ବୋଲି ୟୁସିସିଆଇଏଲ୍‌ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଅପରପକ୍ଷରେ ଓଡ଼ିଶା ସରକାର ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରଣାଳୟର ସହଯୋଗରେ ଆୟୋଜିତ ହେବାକୁ ଥିବା ଏହି ଶୋ ଓଡ଼ିଶାର ଅର୍ଥନୈତିକ ଓ ଶିଳ୍ପ ଯାତ୍ରାରେ ଏକ ଐତିହାସିକ ଅବସର ହେବାର ପ୍ରତିଶ୍ରୁତି ଦେଇଛି।
ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଏକ ଘରୋଇ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯୋଗଦେଇ ୟୁସିସିଆଇଏଲ୍‌ର ସଭାପତି ବ୍ରହ୍ମା ମିଶ୍ର, ଉପସଭାପତି ତାରିଣୀ ପ୍ରସାଦ ମହାନ୍ତି, ସମ୍ପାଦକ ଅଶୋକ କୁମାର ଶାରଦା, ଗ୍ଲୋବାଲ ଟ୍ରେଡ୍‌ ଶୋ’ର ଚେୟାରମ୍ୟାନ୍‌ ପ୍ରବୋଧ ମହାନ୍ତି,କୋ-ଚେୟାରମ୍ୟାନ୍‌ ପଙ୍କଜ ମହାନ୍ତି, କନ୍‌ଭେନର ମନୋଜ ପୃଷ୍ଟିଙ୍କ ସମେତ ଇପିକଲର ଇଡି କଲ୍ୟାଣ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ସେହିଭଳି ଏହି ଶୋ’ରେ ଅନେକ ପ୍ରଦର୍ଶନୀ, କର୍ମଶାଳା ଏବଂ ଶିଳ୍ପ ବିଶେଷଜ୍ଞଙ୍କ ସହ ପ୍ୟାନେଲ ଆଲୋଚନା ସାମିଲ ରହିବ। ଯେଉଁଥିରେ ଅଂଶଗ୍ରହଣକାରୀଙ୍କୁ ଅତ୍ୟାଧୁନିକ ପ୍ରକଳ୍ପ, ଅଭିନବ ସମାଧାନ ଏବଂ ବଜାରର ଅତ୍ୟାଧୁନିକ ଟ୍ରେଣ୍ଡ ଅନୁସନ୍ଧାନ କରିବାର ଅତୁଳନୀୟ ସୁଯୋଗ ମିଳିବ ବୋଲି ୟୁସିସିଆଇଏଲ୍‌ର ସଭାପତି ବ୍ରହ୍ମା ମିଶ୍ର କହିଛନ୍ତି। କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ), ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି), ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି) ଏବଂ ଆସୋଚାମ୍‌ ଭଳି ପ୍ରତିଷ୍ଠିତ ସଙ୍ଗଠନ ସହ ସହଯୋଗକରି ଆମେ ଗର୍ବ ଅନୁଭବ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri