ଟାପୁରେ ଫସିଛନ୍ତି ୩୦ ଟିକିଆ ବଣୁଆ ହାତୀପଲ: ସ୍କୁଲ ଘର ଭାଙ୍ଗିଲା ଗୋଠଛଡା ଦନ୍ତା

ପାଟଣା,୧୧।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖୀରେଇ ଟାଙ୍ଗିରି ସେକ୍ସନ ବୈତରଣୀ ନଦୀର ୩ ଧାରିଆ ଟାପୁରେ ଶୁକ୍ରବାର ବିଳମ୍ବିତ ରାତ୍ରିରୁ ୩୦ ଟିକିଆ ବଣୁଆ ହାତୀପଲ ଅଟକି ରହିଛନ୍ତି । ନଦୀର ଉଭୟ ପାର୍ଶରେ ପ୍ରଖର ସ୍ରୋତ ଥିବାରୁ ହାତୀ ପଲ ଫସି ରହିଛନ୍ତି। ହାତୀପଲ ନଦୀ ପାର ହେଉଥିବା ସମୟରେ ଟାପୁରେ ଅଟକି ରହିଛନ୍ତି। ନଦୀର ଉଭୟ ପାର୍ଶ୍ୱରେ ଲୋକଙ୍କ ଭିଡ଼ ଲାଗିରହିଛି। ୭ ଘଣ୍ଟା ଧରି ଭୋକ ଉପାସରେ ବୈତରଣୀ ନଦୀ ଟାପୁରେ ରହିଛନ୍ତି ହାତୀପଲ। ହାତୀଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ପାଇଁ ବନ ବିଭାଗର ପ୍ରୟାସ ଆରମ୍ଭ କରିଛି। ହାତୀଙ୍କୁ ବରଡାଳ ସହ ବୈତାଳୁ ଓ କଦଳୀ ଦିଆଯିବା ନେଇ ଖିରେଇଟାଙ୍ଗିରୀ ବନପାଳ ପୂର୍ଣ୍ଣଚନ୍ଦ୍ର ମହାନ୍ତ ସୂଚନା ଦେଇଛନ୍ତି। ଏଣେ ଆଉ ୪ ଗୋଠଛଡା ଦନ୍ତାହାତୀ ଗୁଲୁଦି ପୋଷି ପ୍ରାଥମିକ ସ୍କୁଲ ପାଚେରୀ ଓ ଲାଟିନ ଘର ଭାଙ୍ଗି ଦେଇଛି।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri