Posted inଜାତୀୟ

ଭାରତ-ଇସ୍ରାଏଲ ରାଜନୈତିକ ସମ୍ପର୍କକୁ ପୂରଣ ହେଲା ୩୦ ବର୍ଷ

ନୂଆଦିଲ୍ଲୀ,୩୦ ।୧: ଭାରତ-ଇସ୍ରାଏଲ ରାଜନୈତିକ ସମ୍ପର୍କକୁ ପୂରଣ ହୋଇଛି ୩୦ ବର୍ଷ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଆମ ଦୁଇ ଦେଶ ମଧ୍ୟରେ ସମ୍ପର୍କ ବହୁ ପୁରୁଣା । ବର୍ଷ ବର୍ଷ ଧରି ଆମ ମଧ୍ୟରେ ସମ୍ପର୍କ ରହି ଆସିଛି । ଭବିଷ୍ୟତରେ ବି ଏହି ସମ୍ପର୍କ ଇତିହାସ ରଚିବ । ଆଜି ଯେତେବେଳେ ବିଶ୍ୱ ମହତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖୁଛି ସେହି ସମୟରେ ଭାରତ-ଇସ୍ରାଏଲ ସମ୍ପର୍କ ଆହୁରି ବୃଦ୍ଧି ପାଇଛି । ଆଗକୁ ମଧ୍ୟ ଆମ ବନ୍ଧୁତ୍ୱର ସମ୍ପର୍କ ଏକ ନୂଆ ମାଇଲ ଖୁଣ୍ଟ ହେବ ବୋଲି ମୋଦି କହିଛନ୍ତି । ଦୁଇ ଦେଶର ସମ୍ପର୍କ ଉଭୟ ଦେଶ ମଧ୍ୟରେ ବିକାଶର ଗାଥା ଗାଉଛି ।
ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଦୁଇ ଦେଶର ଲୋକଙ୍କ ମଧ୍ୟରେ ବର୍ଷ ବର୍ଷ ଧରି ଘନିଷ୍ଠ ସମ୍ପର୍କ ରହିଛି । ଯାହା ଭାରତର ମୂଳ ସ୍ୱଭାବ । ଶହ ଶହ ବର୍ଷ ଧରି ଆମର ଇହୁଦି ସମ୍ପ୍ରଦାୟ ଭାରତୀୟ ସମାଜରେ ବିନା କୌଣସି ଭେଦଭାବରେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ରହି ଆସୁଛନ୍ତି । ସେମାନଙ୍କର ଆମ ବିକାଶ ଯାତ୍ରାରେ ମହତ୍ୱପୂର୍ଣ୍ଣ ଯୋଗଦାନ ରହିଛି । ଭାରତ ଆଜି ସ୍ୱ।।ଧିନତାର ୭୫ ବର୍ଷ ପାଳନ କରୁଥିବା ବେଳେ ଏହାର ଗୋଟିଏ ଦିନ ପରେ ଇସ୍ରାଏଲ ତା’ର ସ୍ୱାଧିନତାର ୫୦ତମ ବର୍ଷ ପାଳନ କରିବାକୁ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?