Posted inଜାତୀୟ

ଭାରତରେ ପ୍ରବେଶ କରିବା ପାଇଁ ଅପେକ୍ଷାରେ ୩୦୦ ବାଂଲାଦେଶୀ, ହେଲେ ସୀମାରେ..

ନୂଆଦିଲ୍ଲୀ, ୦୯।୦୮: ବାଂଲାଦେଶରେ ହିନ୍ଦୁ ଏବଂ ସଂଖ୍ୟାଲଘୁ ସଂପ୍ରଦାୟ ସମୁଦାୟ ଉପରେ ଅତ୍ୟାଚାର ଜାରି ରହିଛି । ରାଜନୈତିକ ଅସ୍ଥିରତା ଭିତରେ ଦଙ୍ଗାକାରୀ ଦେଶରେ ଜଳାପୋଡ଼ା କରିବା ସହ ନୀରିହ ଜନତାଙ୍କୁ ଟାର୍ଗେଟ୍‌ କରୁଛନ୍ତି । ବିଶେଷ କରି ଅନ୍ୟ ଧର୍ମର ଲୋକଙ୍କୁ ଖୋଜି ଖୋଜି ସେମାନଙ୍କ ହାତ ଗୋଡ଼ ବାନ୍ଧି ମାଡ଼ ମାରିବା ସହିତ ସେମାନଙ୍କ ଘରୁ ଲୁଟ୍‌ପାଟ୍‌ କରୁଛନ୍ତି । ଏହାରି ମଧ୍ୟରେ ୩୦୦ ବାଂଲାଦେଶୀ ଭାରତର ଜଲପାଇଗୁଡ଼ି ଜିଲାର ସୀମା ନିକଟରେ ଏକତ୍ରିତ ହୋଇଛନ୍ତି । ସେମାନେ ଭାରତରେ ପ୍ରବେଶ କରିବାକୁ ପ୍ରୟାସ କରୁଛନ୍ତି । ହେଲେ ସୀମାରେ ବିଏସ୍‌ଏଫ୍‌ ସେମାନଙ୍କୁ ହଟାଇ ଦେଇଛି ।

ଅନ୍ୟପଟେ, ବାଂଲାଦେଶରେ ଜାରି ରହିଥିବା ରାଜନୈତିକ ହିଂସା ମଧ୍ୟରେ କାମଚଳା ସରକାର ଶପଥ ନେଇଛି । ଏହି ସରକାରରେ ନୋବେଲ୍‌ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ଭାବେ ଦ଼୍ବାୟିତ଼୍ବ ଗ୍ରହଣ କରିଛନ୍ତି । ସେ ତାଙ୍କ ପ୍ରଥମ ବୟାନ୍‌ରେ ବାଂଲାଦେଶରେ ଚାଲିଥିବା ହିଂସାରେ ହିନ୍ଦୁ, ଶିଖ୍‌, ବୈଦ୍ଧ ଏବଂ ଖ୍ରୀଷ୍ଟିଆନଙ୍କ ସମେତ ଅନ୍ୟାନ୍ୟ ସଂଖ୍ୟାଲଘୁଙ୍କୁ ଖୋଜି ଖୋଜି ସେମାନଙ୍କ ଉପରେ ହତ୍ୟା କରାଯାଉଥିବା ସ଼୍ବୀକାର କରିଛନ୍ତି । ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରର ନୂତନ ମୁଖ୍ୟ ମହମ୍ମଦ ୟୁନୁସ ରାଜନୈତିକ ସଙ୍କଟ ଦେଇ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ଆକ୍ରମଣ ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିଥିବା ଦେଖିବାକୁ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri