ବର୍ଷ ଶେଷସୁଦ୍ଧା ୩୦୦ ଚେକ୍‌ଡ୍ୟାମ୍‌ ସାର

ଭୁବନେଶ୍ୱର,୯ା୮(ବ୍ୟୁରୋ):ରାଜ୍ୟରେ ଗତ ୨ ମାସ ମଧ୍ୟରେ ୪୫ଟି ପୋଲତଳ ଚେକ୍‌ଡ୍ୟାମ୍‌ ନିର୍ମାଣ ସରିଛି। ସେଥିମଧ୍ୟରୁ ୩୧ଟି ପୂର୍ତ୍ତ ଏବଂ ୧୪ଟି ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ମାଣ କରିଛି। ଏହାଛଡ଼ା ଏହି ଦୁଇ ବିଭାଗ ଦ୍ୱାରା ପ୍ରାୟ ୪୮୦ଟି ପୋଲତଳ ଚେକ୍‌ଡ୍ୟାମ୍‌ ଚିହ୍ନଟ କରାଯାଇଛି। ଚଳିତ ବର୍ଷ ୩୦୦ ନୂଆ ଚେକ୍‌ଡ୍ୟାମ୍‌ ନିର୍ମାଣ ହେବ। ସୋମବାର ଲୋକସେବା ଭବନରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ଏଥିପାଇଁ ପ୍ରାୟ ୪୧୩.୮୧ କୋଟି ଟଙ୍କାର ପ୍ରାଥମିକ ଖର୍ଚ୍ଚ ଅଟକଳ କରାଯାଇଛି।
ପୂର୍ବ ନିଷ୍ପତ୍ତି ଅନୁସାରେ, ରାଜ୍ୟର ବିଭିନ୍ନ ଜିଲାରେ ପୋଲ ତଥା ଚେକ୍‌ଡ୍ୟାମ୍‌ ନିର୍ମାଣରେ ଦ୍ରୁତ ଅଗ୍ରଗତି ହାସଲ ହୋଇଛି। ଏହାର ସମୀକ୍ଷା କରି ମୁଖ୍ୟ ଶାସନ ସଚିବ କହିଛନ୍ତି, ସ୍ବଳ୍ପଖର୍ଚ୍ଚଭିତ୍ତିକ ଏହିସବୁ ଚେକ୍‌ଡ୍ୟାମ୍‌ ନିର୍ମାଣରେ ବହୁମୁଖୀ ସୁଫଳ ମିଳିଥାଏ। ପ୍ରତି ଚେକ୍‌ଡ୍ୟାମ୍‌ ଯୋଗୁ ନଦୀଶଯ୍ୟାରେ ପ୍ରାୟ ୧ରୁ ୧.୫ କି.ମି. ପର୍ଯ୍ୟନ୍ତ ଜଳପତନ ବୃଦ୍ଧିପାଏ। ଏହି ଜଳକୁ ନଦୀର ଉଭୟ ପାର୍ଶ୍ୱରେ ଥିବା ଚାଷଜମିକୁ ଉଠା ପମ୍ପ୍‌ ମାଧ୍ୟମରେ ଜଳସେଚନ ଓ ପାନୀୟ ଜଳ ପ୍ରକଳ୍ପ ପାଇଁ ବ୍ୟବହାର କରାଯାଇପାରୁଛି। ଏହାବ୍ୟତୀତ ଏହି ଜଳ ଭୂତଳ ଜଳସ୍ତର ବୃଦ୍ଧିରେ ସହାୟକ ହୁଏ। ନଦୀରେ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ଦ୍ୱାରା ମାଛଚାଷ କରାଯାଇପାରୁଛି। ଚେକ୍‌ଡ୍ୟାମ୍‌ ନିର୍ମାଣ ହୋଇଥିବା ନଦୀ, ନାଳର ଉଭୟ ପାର୍ଶ୍ୱ ଜମିରେ ପନିପରିବା, ଅନ୍ୟାନ୍ୟ ଅର୍ଥକରୀ ଫସଲ ଉତ୍ପାଦନ ପାଇଁ ଚାଷୀମାନଙ୍କୁ ସଙ୍ଗଠିତ କରିବା ସହ ଉଠା ଜଳସେଚନ ପମ୍ପ୍‌ ମାଧ୍ୟମରେ ଜଳ ଯୋଗାଇ ଦେବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ଜଳସମ୍ପଦ, ଉଦ୍ୟାନ ଚାଷ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।
ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି, ପୋଲତଳ ଚେକ୍‌ଡ୍ୟାମ୍‌ ପ୍ରାୟ ୧ରୁ ୧.୫ ମି. ଉଚ୍ଚତାର ଜଳ ଧାରଣ କରେ। ଅବଶିଷ୍ଟ ଜଳ ନଦୀର ତଳମୁଣ୍ଡକୁ ଯାଏ। ନଦୀର ପ୍ରାକୃତିକ ପ୍ରବାହ ଉପରେ ଏହି ଚେକ୍‌ଡ୍ୟାମ୍‌ ବିପରୀତ ପ୍ରଭାବ ପକାଏ ନାହିଁ। ଏହି ବୈଷୟିକ କୌଶଳ ଓଡ଼ିଶା ପାଇଁ ବେଶ୍‌ ଉପଯୋଗୀ।
ଏହି ବୈଠକରେ ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବିକ୍ରମ ଯାଦବ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଏବଂ ଯନ୍ତ୍ରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri