Posted inଜାତୀୟ

କେଜରିଓ୍ବାଲଙ୍କ ମିଶନ ପଞ୍ଜାବ

ଚଣ୍ଡିଗଡ଼,୨୯।୬: ଆସନ୍ତା ବର୍ଷ ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ନିର୍ବାଚନୀ ବିଗୁଲ ବାଜିସାରିଲାଣି। ନିଜ ଦଳକୁ ମଜଭୁତ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ଏବେଠାରୁ କସ୍‌ରତ ଆରମ୍ଭ କଲେଣି। ଇତିମଧ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦମୀ ପାର୍ଟି(ଏଏପି) ମଧ୍ୟ ପ୍ରସ୍ତୁତି ଆରମ୍ଭ କରଛି। ଏଏପି ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପାଇଁ ଏବେ ମିଶନ ପଞ୍ଜାବ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି। ଏଥିପାଇଁ ମଙ୍ଗଳବାର ପଞ୍ଜାବ ଗସ୍ତରେ ଅଛନ୍ତି କେଜରିଓ୍ବାଲ। ସେଠାରେ ପହଞ୍ଚି ସେ ଆସନ୍ତା ବର୍ଷ ନିର୍ବାଚନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଦିଲ୍ଲୀ ଭଳି ପଞ୍ଜାବରେ ମଧ୍ୟ ୨୪ଘଣ୍ଟିଆ ମାଗଣା ବିଦ୍ୟୁତ୍‌ ସେବା ଯୋଗାଇଦେବାକୁ ସେ ପ୍ରତଶ୍ରୁତି ଦେଇଛନ୍ତି। ଏଥିସହ ସେ କହିଛନ୍ତି, ପଞ୍ଜାବ ନିଜେ ବିଦ୍ୟୁତ୍‌ ଉତ୍ପାଦନ କରୁଥିବା ବେଳେ ଆଜିକା ଦିନରେ ସବୁଠାରୁ ମହଙ୍ଗା ବିଦ୍ୟୁତ୍‌ ଏଠାରେ ଉପଲବ୍ଧ ହେଉଛି। କିନ୍ତୁ ଦିଲ୍ଲୀ ବିଦ୍ୟୁତ୍‌ ପାଇଁ ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ ଥିବା ବେଳେ ସେଠାରେ ଲୋକଙ୍କୁ ଶସ୍ତା ବିଦ୍ୟୁତ୍‌ ଯୋଗାଇଦିଆଯାଉଛି। ଯଦି ପଞ୍ଜାବରେ ଏଏପି ସରକାର ଗଠନ କରେ ତେବେ ପ୍ରତି ପରିବାରଙ୍କୁ ୩୦୦ୟୁନିଟ ଯାଏ ବିଦ୍ୟୁତ ମାଗଣାରେ ଯୋଗାଇଦିଆଯିବ ବୋଲି କେଜରିଓ୍ବାଲ କହିଛନ୍ତି। ଏହାଦ୍ୱାରା ପ୍ରାୟ ୮୦ପ୍ରତିଶତ ଲୋକଙ୍କ ବିଦ୍ୟୁତ୍‌ ବିଲ୍‌ ଶୂନ ହୋଇଯିବ। ଏଏପି ସରକାର ଗଠନ ହୁଏ ତେବେ ୨୪ଘଣ୍ଟା ବିଦ୍ୟୁତ୍‌ ଆସିବ କିନ୍ତୁ ବିଲ୍‌ ଆସିବ ନାହିଁ। ଏଥିସହ ପୁରୁଣା ବିଲ୍‌ଗୁଡ଼ିକର ଦେୟକୁ ଛାଡ଼ କରାଯିବ ବୋଲି ଏକ ଖବରଦାତା ସମ୍ମିଳନୀରେ କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri