୩୦୦ କେଜି ଗଞ୍ଜେଇ ଜବତ, ଧରାପଡ଼ିଲେ ୨ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୮।୬- ଅବକାରୀ ଗୋଇନ୍ଦା ଡେପୁଟି କମିଶନର ଡମ୍ବୁରଧର ଖଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଟିମ୍‌ ସଦର ଥାନା ଅଧୀନ ବାଲିପଡା ଛକରୁ ଗୁରୁବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ଏପରିକି ୨ଜଣ ଚାଲାଣକାରୀଙ୍କୁ ଅବକାରୀ ଟିମ୍‌ କାବୁ କରିଛି। ସେମାନେ ହେଲେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ରୁଆମା ଗ୍ରାମର କୈଳାସ ଗୌଡ଼(୨୮) ଏବଂ ଢେଙ୍କାସିନ୍ଧବା ଗ୍ରାମର ମୁନା ଗୌଡ଼(୨୩)। ଏନେଇ ଏକ ମାମଲା (ନଂ.୧୨୮/୨୩-୨୪) ରୁଜୁ ହୋଇଛି।

ମିଳିଥିବା ସୂଚନା ମୁତାବକ, ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଏନେଇ ଗୁରୁବାର ପୂର୍ବାହ୍ନ ୧୧ଟାରେ ଡେପୁଟି ସୁପରିଣ୍ଡେଣ୍ଡେଣ୍ଟ କୁବେର ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ବାଲିପଡ଼ା ଛକରେ ଗାଡି ଯାଞ୍ଚ କରୁଥିଲା। ସେତିକିବେଳେ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌(ନଂ. ଓଡ଼ି୦୭ ଏଏନ୍‌ – ୪୩୧୭)କୁ ଅଟକାଇ ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଅଧିକାରୀମାନେ ଭ୍ୟାନ୍‌ରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଦେଖିବାକୁ ପାଇଥିଲେ। ଏପରିକି ଭ୍ୟାନ୍‌ରୁ ୬୦ଟି ପ୍ୟାକେଟରେ ଥିବା ୩୦୦ କେଜି ଗଞ୍ଜେଇ ଜବତ କରାଯାଇଥିଲା। ଅଭିଯୁକ୍ତ ଦ୍ୱୟ ଗଜପତି ଜିଲାରୁ ଗଞ୍ଜେଇ ବ୍ରହ୍ମପୁର ଆଣୁଥିଲେ ବୋଲି ଅବକାରୀ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ସେଠୀ ସୂଚନା ଦେଇଛନ୍ତି। ଜବତ ଗଞ୍ଜେଇ ଓ ଗାଡିର ଆନୁମାନିକ ମୂଲ୍ୟ ୩୭ ଲକ୍ଷ ଟଙ୍କା ହେବ ବୋଲି ସେ କହିଛନ୍ତି।

ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ଅବକାରୀ ଟିମ୍‌ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରି ପଚରାଉଚରା କରୁଛନ୍ତି। ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯିବ। ଚଢାଉରେ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଏଏସ୍‌ଆଇ ଅନ୍ତର୍ଯ୍ୟାମୀ ସାହୁ, କନ୍‌ଷ୍ଟେବଲ କପିଳାସ ଭତ୍ରା, ବଳରାମ ଜେନା, ସରୋଜ ସ୍ବାଇଁ, ସନ୍ତୋଷ ନାୟକ, ଭଗବାନ ହେମ୍ରମ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri