୩୦୦ କେଜି ଗଞ୍ଜେଇ ଜବତ, ଧରାପଡ଼ିଲେ ୨ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୮।୬- ଅବକାରୀ ଗୋଇନ୍ଦା ଡେପୁଟି କମିଶନର ଡମ୍ବୁରଧର ଖଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଟିମ୍‌ ସଦର ଥାନା ଅଧୀନ ବାଲିପଡା ଛକରୁ ଗୁରୁବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ଏପରିକି ୨ଜଣ ଚାଲାଣକାରୀଙ୍କୁ ଅବକାରୀ ଟିମ୍‌ କାବୁ କରିଛି। ସେମାନେ ହେଲେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ରୁଆମା ଗ୍ରାମର କୈଳାସ ଗୌଡ଼(୨୮) ଏବଂ ଢେଙ୍କାସିନ୍ଧବା ଗ୍ରାମର ମୁନା ଗୌଡ଼(୨୩)। ଏନେଇ ଏକ ମାମଲା (ନଂ.୧୨୮/୨୩-୨୪) ରୁଜୁ ହୋଇଛି।

ମିଳିଥିବା ସୂଚନା ମୁତାବକ, ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଏନେଇ ଗୁରୁବାର ପୂର୍ବାହ୍ନ ୧୧ଟାରେ ଡେପୁଟି ସୁପରିଣ୍ଡେଣ୍ଡେଣ୍ଟ କୁବେର ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ବାଲିପଡ଼ା ଛକରେ ଗାଡି ଯାଞ୍ଚ କରୁଥିଲା। ସେତିକିବେଳେ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌(ନଂ. ଓଡ଼ି୦୭ ଏଏନ୍‌ – ୪୩୧୭)କୁ ଅଟକାଇ ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଅଧିକାରୀମାନେ ଭ୍ୟାନ୍‌ରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଦେଖିବାକୁ ପାଇଥିଲେ। ଏପରିକି ଭ୍ୟାନ୍‌ରୁ ୬୦ଟି ପ୍ୟାକେଟରେ ଥିବା ୩୦୦ କେଜି ଗଞ୍ଜେଇ ଜବତ କରାଯାଇଥିଲା। ଅଭିଯୁକ୍ତ ଦ୍ୱୟ ଗଜପତି ଜିଲାରୁ ଗଞ୍ଜେଇ ବ୍ରହ୍ମପୁର ଆଣୁଥିଲେ ବୋଲି ଅବକାରୀ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ସେଠୀ ସୂଚନା ଦେଇଛନ୍ତି। ଜବତ ଗଞ୍ଜେଇ ଓ ଗାଡିର ଆନୁମାନିକ ମୂଲ୍ୟ ୩୭ ଲକ୍ଷ ଟଙ୍କା ହେବ ବୋଲି ସେ କହିଛନ୍ତି।

ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ଅବକାରୀ ଟିମ୍‌ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରି ପଚରାଉଚରା କରୁଛନ୍ତି। ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯିବ। ଚଢାଉରେ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଏଏସ୍‌ଆଇ ଅନ୍ତର୍ଯ୍ୟାମୀ ସାହୁ, କନ୍‌ଷ୍ଟେବଲ କପିଳାସ ଭତ୍ରା, ବଳରାମ ଜେନା, ସରୋଜ ସ୍ବାଇଁ, ସନ୍ତୋଷ ନାୟକ, ଭଗବାନ ହେମ୍ରମ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri