୩୦ଜିଲାରେ ଖୋଲିବ ୩୦୦ନୂଆ ପୋଷ୍ଟ ଅଫିସ

ଭୁବନେଶ୍ୱର,୧୦।୧୦: (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭାରତୀୟ ଡାକ ବିଭାଗ ପକ୍ଷରୁ ନ୍ୟାଶନାଲ ପୋଷ୍ଟାଲ ଉଇକ୍‌ (ଜାତୀୟ ଡାକ ସପ୍ତାହ) ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଡାକ ବିଭାଗର ଓଡିଶା ସର୍କଲ ଭୁବନେଶ୍ୱର ପକ୍ଷରୁ ବୁଧବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ଅବସରରେ ଡାକ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ, ୨୦୨୪ ଅକ୍ଟୋବର ୭ରୁ ୧୧ ପର୍ଯ୍ୟନ୍ତ ଜାତୀୟ ଡାକ ସପ୍ତାହ ପାଳନ କରାଯାଉଛି। ଏପରିକି ୧୮୭୪ ଅକ୍ଟୋବର ୯ରେ ୟୁନିଭରସାଲ ପୋଷ୍ଟାଲ ୟୁନିଅନର ଗଠନ ପରଠାରୁ ପ୍ରତି ବର୍ଷ ଅକ୍ଟୋବର ୯କୁ ବିଶ୍ୱ ଡାକ ଦିବସ ଓ ୟୁନିଅନର ବାର୍ଷିକ ପ୍ରତିଷ୍ଠା ଦିବସ ଭାବେ ପାଳନ କରାଯାଉଛି। ଚଳିତ ବର୍ଷ ଡାକ ଦିବସ ବିଷୟବସ୍ତୁ ‘ ଦେଶ-ଦେଶ ମଧ୍ୟରେ ଯୋଗାଯୋଗ ସମ୍ଭବ କରିବା ଏବଂ ଜନସଶକ୍ତୀକରଣ କରିବାର ୧୫୦ ବର୍ଷ’ ରହିଛି।

ଏ ସମ୍ପର୍କରେ ଓଡ଼ିଶା ପୋଷ୍ଟାଲ ସର୍କଲ ଭୁବନେଶ୍ୱରର ଡେପୁଟି ଡିଭିଜନାଲ ମ୍ୟାନେଜର (ଡାକ ଜୀବନ ବୀମା) ସତ୍ୟବାଦୀ ବିଶ୍ୱାଳ କହିଥିଲେ, ଡାକ ବିଭାଗ ପୂର୍ବପେକ୍ଷା ଯଥେଷ୍ଟ ଉନ୍ନତ ଓ ବିକାଶମୂଳକ କାର୍ଯ୍ୟ କରୁଛି। ସେହିଭଳି ଚଳିତ ବର୍ଷ ଓଡ଼ିଶାର ୩୦ ଜିଲାରେ ପ୍ରାୟ ୩୦୦ ନୂଆ ଡାକ ଘର ଖୋଲିବାର ଯୋଜନା ଥିଲାବେଳେ ଡାକ ଘର ଜରିଆରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସାମାଜିକ କଲ୍ୟାଣ ଯୋଜନା ଓ ଡାକ ବିଭାଗର ଲୋକାଭିମୁଖ୍ୟ ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ଉଭୟ ଡାକ ବିଭାଗ ଓ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏପରିକି ବିଭାଗର ଆଭିମୁଖ୍ୟ ଅନୁଯାୟୀ ଭିତ୍ତିଭୂମିର ବିକାଶ ସାଙ୍ଗକୁ ଡାକ ସେବା ଓ ସୁବିଧା ଲୋକଙ୍କ ନିକଟରେ ପହଞ୍ଚାଇବାକୁ ହେବ ବୋଲି ସତ୍ୟବାଦୀ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri