ସାମାଜିକ କାର୍ଯ୍ୟକ୍ରମରେ ୩ଶହ ଲୋକଙ୍କୁ ଅନୁମତି ମିଳୁ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ବିବାହ, ବ୍ରତ, ଶୁଦ୍ଧିଘର ଆଦି ସାମାଜିକ କାର୍ଯ୍ୟକ୍ରମରେ ୨୫ ବଦଳରେ ୩ଶହ ଲୋକଙ୍କୁ ଅନୁମତି ଦାବି କରି ଅଲ୍‌ ଓଡ଼ିଶା ଟେଣ୍ଟ, କ୍ୟାଟରର, ଫ୍ଲାଓ୍ବାର, ଲାଇଟ୍‌ସ ଆଣ୍ଡ ସାଉଣ୍ଡ୍‌ ଆସୋସିଏଶନ ପକ୍ଷରୁ ସୋମବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଧାରଣା ଦିଆଯାଇଛି। ରାସ୍ତା ଉପରେ ଗ୍ୟାସ୍‌ ଚୁଲା, କଢ଼େଇ, ହାଣ୍ଡି ଆଦି ବିଭିନ୍ନ କ୍ୟାଟରିଂ ସାମଗ୍ରୀ ରଖି ଅଭିନବ ପ୍ରତିବାଦ କରିଛନ୍ତି। ସଂଘ ସଭାପତି ବିନୟ ଭୂଷଣ ପଟ୍ଟନାୟକ କହିଛନ୍ତି, କ୍ୟାଟରିଂ ସଂସ୍ଥା ଚଳାଉଥିବା ମାଲିକ ଓ କର୍ମଚାରୀ ଦୁଇବର୍ଷ ହେବ ରୋଜଗାର ହରାଇଛନ୍ତି। ଏହା ଉପରେ ରାଜ୍ୟର ୨୦ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ନିର୍ଭର କରୁଥିବାବେଳେ ମାତ୍ରାଧିକ କଟକଣା ଯୋଗୁ ସେମାନଙ୍କ ପରିବାର ନାନା ଦୁର୍ଦ୍ଦିନରେ ଗତି କରୁଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ଦାବିପତ୍ର ଦିଆଯାଇଛି। ଦ୍ୱାରିକାନାଥ ପଣ୍ଡା, ପ୍ରବୋଧ ଦାଶ, ଦେବୀ ରଥ, ପ୍ରଦୀପ ଭଟ୍ଟ, ଜଗନ ଜେନା, ବିଭୂତି ଭୂଷଣ ସ୍ବାଇଁ, ପୂର୍ଣ୍ଣଚନ୍ଦ୍ର ଦାସ ପ୍ରମୁଖ ବିକ୍ଷୋଭର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri