ଡିସେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ମିଳିବ ୩୦୦ଟଙ୍କାର ଶୀତ ସହାୟତା

ଭୁବନେଶ୍ବର, ୨୫ା୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶୀତ ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷକରି ବରିଷ୍ଠ ନାଗରିକଙ୍କୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଡିସେମ୍ବର ପହିଲା ସୁଦ୍ଧା ସବୁ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଶୀତ ସହାୟତା ଭାବେ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ମଧୁବାବୁ ପେନ୍‌ସନ ଯୋଜନା ଓ ଜାତୀୟ ପେନ୍‌ସନ ଯୋଜନା (ଏନ୍‌ଏସ୍‌ଏପି) ଅନ୍ତର୍ଗତ ୪୮ ଲକ୍ଷରୁ ଊଦ୍ଧର୍‌ବ ହିତାଧିକାରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହାସହ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବେ ନ ରୁହନ୍ତି ସେଥିପ୍ରତି ବିଶେଷ ଦୃଷ୍ଟିଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲାପାଳ ଓ ମ୍ୟୁନିସିପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?