Posted inଜାତୀୟ

୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗ ଉଣ୍ଡି ବସିଛନ୍ତି

ଶ୍ରୀନଗର, ୧୧।୭: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ୨୫୦ରୁ ୩୦୦ ଆତଙ୍କବାଦୀ ସୁଯୋଗକୁ ଅପେକ୍ଷା କରିଛନ୍ତି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକ ନିକଟରେ ଥିବା ଲଞ୍ଚପ୍ୟାଡ୍‌ରେ ଆତଙ୍କବାଦୀମାନେ ଅନୁପ୍ରବେଶ କରିବା ଲାଗି ପ୍ରସ୍ତୁତ ରହିଛନ୍ତି ବୋଲି ମେଜର ଜେନେରାଲ ବିରେନ୍ଦ୍ର ଭାଟ୍ସ୍‌ କହିଛନ୍ତି। ନିୟନ୍ତ୍ରଣ ରେଖାରେ ଅନୁପ୍ରବେଶ ସୁଯୋଗ ସୃଷ୍ଟି କରିବା ଲାଗି ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ସେ କହିଛନ୍ତି। ଆତଙ୍କବାଦୀଙ୍କୁ ପାକିସ୍ତାନ ସୈନ୍ୟ ବିଭାଗ ଏବଂ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ତାଲିମ୍‌ ଦିଆଯାଇଛି। ଆତଙ୍କବାଦୀମାନେ ଭାରତରେ ପଶି ଆକ୍ରମଣ କରିବା ଷଡ଼ଯନ୍ତ୍ର ରଚିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ସୂଚନା ଆଧାରରେ ନିୟନ୍ତ୍ରଣ ରେଖାଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବିରେନ୍ଦ୍ର ଭାଟ୍ସ୍‌ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?