Posted inଜାତୀୟ

ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ: ଅନୁପ୍ରବେଶ ପାଇଁ ବସିଛନ୍ତି ସୁଯୋଗ ଉଣ୍ଡି

ଶ୍ରୀନଗର,୧୬।୧୧: ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ପକ୍ଷରୁ ଉଦ୍ୟମ ଜାରି ରହିଛି। ସେଥିପାଇଁ ଏଲ୍‌ଓସିରେ ଲଗାତାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ରେ ୩୦୦ ପାଖାପାଖି ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗ ଉଣ୍ଡି ବସିଥିବା ବିଏସ୍‌ଏଫ୍‌ ଆଇଜି ରାଜେଶ ମିଶ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,ଆତଙ୍କବାଦୀଙ୍କୁ ପାକିସ୍ତାନୀ ସୈନ୍ୟ ବାହିନୀ ପକ୍ଷରୁ ତାଲିମ୍‌ ଦିଆଯିବା ସହିତ ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଇ ଦିଆଯାଉଛି। ଏଥିରେ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ମଧ୍ୟ ଆବଶ୍ୟକ ସହାୟତା ମିଳୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ କିଛିଦିନ ତଳେ ସତର୍କ ସୂଚନା ଜାରି କରାଯାଇଥିଲା। ଗୋଇନ୍ଦା ରିପୋର୍ଟ ଆଧାରରେ ଏଲ୍‌ଓସିରେ ପାଟ୍ରୋଲିଂ ଏବଂ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri