Posted inଜାତୀୟ

ଲଞ୍ଚପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛନ୍ତି ଷଡ଼ଯନ୍ତ୍ର…

ଶ୍ରୀନଗର,୮।୭: ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଞ୍ଚପ୍ୟାଡ୍‌ରେ ପ୍ରାୟ ୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ଭାରତରେ ପ୍ରବେଶ କରି ଆତଙ୍କବାଦ କାର୍ଯ୍ୟ କରିବା ଲାଗି ସେମାନ ଷଡ଼ଯନ୍ତୟ ରଚିଥିବା ଡିଜିପି ଦିଲ୍‌ବାଗ୍‌ ସିଂ ସୂଚନା ଦେଇଛନ୍ତି। ଇତିମଧ୍ୟରେ ମିଳିତ ସୁରକ୍ଷାକର୍ମୀ ୫୦ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରିଥିବା ସେ କହିଛନ୍ତି। ସୀମା ପାର୍‌ ଚୋରା କାରବାର ଏବେ ମଧ୍ୟ ଜାରି ରହିଥିବା ସେ କହିଛନ୍ତି। ତେବେ ଅନୁପ୍ରବେଶ ଘଟଣା କମିଛି। ସୁରକ୍ଷା ଦୃଷ୍ଟିରୁ ନିୟନ୍ତ୍ରଣ ରେଖାରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ଜମ୍ମୁ-କଶ୍ମୀରରେ ନୂଆ ଆତଙ୍କବାଦୀ ନିଯୁକ୍ତି ପ୍ରକ୍ରିୟା କମ୍‌ ହୋଇଛି। ସୁରକ୍ଷାକର୍ମୀଙ୍କ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଲାଗି ରହିଥିବା ଯୋଗୁ ସ୍ଥାନୀୟ ଯୁବବର୍ଗ ଆତଙ୍କବାଦୀ ସଂଗଠନରେ ଯୋଗଦେବାକୁ ଆଗ୍ରହ ପ୍ରକାଶ କରୁ ନାହାନ୍ତି। ସେହିପରି ସରକାରୀ ଯୋଜନାରେ ଯୁବବର୍ଗଙ୍କୁ ସାମିଲ କରାଯିବା ସହିତ ସଚେତନତା ସୃଷ୍ଟି ଜାରି ରହିଛି। ଫଳରେ ଯୁବବର୍ଗ ଆତଙ୍କବାଦ ପ୍ରତି ଆଗ୍ରହ ପ୍ରକାଶ କରୁ ନ ଥିବା ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri