Posted inଜାତୀୟ

ଏୟାରଷ୍ଟ୍ରାଇକ୍‌ରେ ମରିଥିଲେ ୩୦୦ ଆତଙ୍କବାଦୀ

ନୂଆଦିଲ୍ଲୀ, ୧୦।୧: ୨୦୧୯ ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ସେକ୍ଟରରେ ଆତଙ୍କବାଦୀଙ୍କ ବିସ୍ଫୋରଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଏହାର ପ୍ରତିଶୋଧ ନେବାକୁ ଯାଇ ଭାରତୀୟ ବାୟୁସେନା ସେହିବର୍ଷ ଫେବୃୟାରୀ ୨୬ରେ ପାକିସ୍ତାନର ବାଲାକୋଟ ଉପରେ ଏୟାରଷ୍ଟ୍ରାଇକ୍‌ କରିଥିଲା। ଏଥିରେ ୩୦୦ ଆତଙ୍କବାଦୀ ମରିଥିଲେ ବୋଲି ପାକିସ୍ତାନର ଜଣେ ପୂର୍ବତନ କୂଟନୀତିଜ୍ଞ ଆଘା ହିଲାଲି ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି। ଏୟାରଷ୍ଟ୍ରାଇକ୍‌ରେ କେହି ମୃତାହତ ହୋଇ ନ ଥିବା ଇସ୍‌ଲାମାବାଦ ଦାବି କରିଆସୁଥିଲା। ଖାଇବର ପାଖତୁନ୍‌ଖ୍ବାର ବାଲାକୋଟ୍‌ସ୍ଥିତ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଶିବିର ଉପରେ ଭାରତୀୟ ବାୟୁସେନା ଆକ୍ରମଣ କରିବା ପରେ ସେଠାରେ କେହି ଆତଙ୍କବାଦୀ ନ ଥିଲେ ବୋଲି ଇସ୍‌ଲାମାବାଦ ସେତେବେଳେ କହିଥିଲା। ହିଲାଲି କହିଛନ୍ତି, ଭାରତ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରି ଯୁଦ୍ଧ ଭଳି କାର୍ଯ୍ୟ କରିଥିଲା। ଏଥିରେ ଅନୂ୍ୟନ ୩୦୦ ନିହତ ହୋଇଥିଲେ। ଆମେ ସେମାନଙ୍କ ହାଇକମାଣ୍ଡଙ୍କୁ ଟାର୍ଗେଟ କରିଥିଲୁ ବୋଲି ହିଲାଲି କହିଛନ୍ତି। ସୂଚନାଯୋଗ୍ୟ, ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ପାକିସ୍ତାନ ଛାଡ଼ି ନ ଥିଲେ, ଭାରତ ସେଦିନ ରାତିରେ ଆକ୍ରମଣ କରିଥାନ୍ତା ବୋଲି ପାକ୍‌ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ କହିଥିବା କଥା ଗତବର୍ଷ ଅକ୍ଟୋବରରେ ପାକ୍‌ ନ୍ୟାଶନାଲ ଆସେମ୍ବ୍ଲିରେ ମୁସ୍‌ଲିମ୍‌ ଲିଗ୍‌-ଏନ୍‌ ନେତା ଅୟାଜ୍‌ ସାଦିକ୍‌ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri