ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍‌ ଆଳୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨।୧୨(ସୁନିତ୍‌ ମିଶ୍ର): ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ିବା ଲାଗି ମନା କରିବା ପରେ ରାଜ୍ୟରେ ବର୍ତ୍ତମାନ ସାଧାରଣ ଖାଉଟିଙ୍କ ହାଣ୍ଡିଶାଳ ଉପରେ ମାଡ଼ ହୋଇଛି। ଆଳୁ ଯୋଗାଣରେ ବାଧା ସୃଷ୍ଟି ହେବାପରେ ଖାଉଟିଙ୍କୁ ଅନେକ ସ୍ଥାନରେ ଏବେ ଆଳୁ କେଜି ୫୦ରୁ ୬୦ ଟଙ୍କାରେ କିଣିବାକୁ ପଡୁଛି, ଯାହାକୁ ନେଇ ସରକାର ମଧ୍ୟ ଚିନ୍ତାରେ ପଡ଼ିଛନ୍ତି। ତେବେ ଏଭଳି ସ୍ଥିତିରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଉତ୍ତର ପ୍ରଦେଶରୁ ୩୦୦ ଟ୍ରକ୍‌ ଆଳୁ ଆସୁଛି। ସୋମବାର ସୁଦ୍ଧା ଏହି ଆଳୁ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଆଉ ଆଳୁ ସଙ୍କଟ ରହିବନି ବୋଲି ମନ୍ତ୍ରୀ ପାତ୍ର କହିଛନ୍ତି।
ଏହା ସହିତ ମନ୍ତ୍ରୀ ପାତ୍ର ଅସାଧୁ ବ୍ୟବସାୟୀଙ୍କୁ ଚେତାବନୀ ଦେଇ କହିଛନ୍ତି, ଏବେ ଆଳୁ କିଲୋ ୩୫ ଟଙ୍କାରେ ବିକ୍ରି ହେଉଛି। କେଉଁଠି କେଉଁଠି ଅତି ବେଶିରେ ୪୦ ଟଙ୍କାରେ ବିକ୍ରି ହେଉଛି। ଏନଫୋର୍ସମେଣ୍ଟ ଟିମ୍‌ ଗଠନ କରାଯାଇଛି। ଯଦି କୌଣସି ବ୍ୟବସାୟୀ ଅଧିକ ଦରରେ ଆଳୁ ବିକ୍ରି କରିବେ, ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମଙ୍ଗଳବାରଠୁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀମାନେ ଆନ୍ଦୋଳନ ଡାକରା ଦେଇଥିବା ବେଳେ ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗରେ ବର୍ତ୍ତମାନ ୭ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ଗଚ୍ଛିତ ଅଛି। ତାଙ୍କର ଚାହିଦା ଅତି ବେଶିରେ ୫ ଲକ୍ଷ ମେଟ୍ରିକ ଟନ୍‌ ହେବ। ତେଣୁ ବାକି ୨ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ସେମାନେ ଅନ୍ୟ ରାଜ୍ୟକୁ ଦେଇପାରିବେ। ପଶ୍ଚିମବଙ୍ଗ ବ୍ୟବସାୟୀମାନେ ଓଡ଼ିଶାକୁ ଆଳୁ ପଠାଇବା ପାଇଁ ଚାହୁଁଛନ୍ତି। କାରଣ ବେଶି ଦିନ ଆଳୁ ରହିଲେ ପଚିଯିବ। କିନ୍ତୁ ପଶ୍ଚିମବଙ୍ଗ ସରକାର ଅନୁମତି ଦେଉ ନ ଥିବାରୁ ବ୍ୟବସାୟୀ କ୍ଷତି ସହିବେ। ସେଥିପାଇଁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଯେଉଁ ରାଜ୍ୟରେ ଯାହାସବୁ ସାମଗ୍ରୀ ଅଧିକ ଉତ୍ପାଦନ ହୁଏ, ସେ ରାଜ୍ୟ ଅନ୍ୟ ରାଜ୍ୟକୁ ରପ୍ତାନି କରେ। ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଦ୍ୱାରା ଏହି ଭଲ ବାତାବରଣ ଉପରେ ଭଟ୍ଟା ପଡୁଛି। ଅନ୍ୟ ରାଜ୍ୟକୁ ଆଳୁ ଦେବେନି ବୋଲି ସେ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହା ଠିକ୍‌ ନୁହେଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସବୁ ରାଜ୍ୟ ପ୍ରତି ସମଭାବନା ରଖିବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri