ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍‌ ଆଳୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨।୧୨(ସୁନିତ୍‌ ମିଶ୍ର): ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ିବା ଲାଗି ମନା କରିବା ପରେ ରାଜ୍ୟରେ ବର୍ତ୍ତମାନ ସାଧାରଣ ଖାଉଟିଙ୍କ ହାଣ୍ଡିଶାଳ ଉପରେ ମାଡ଼ ହୋଇଛି। ଆଳୁ ଯୋଗାଣରେ ବାଧା ସୃଷ୍ଟି ହେବାପରେ ଖାଉଟିଙ୍କୁ ଅନେକ ସ୍ଥାନରେ ଏବେ ଆଳୁ କେଜି ୫୦ରୁ ୬୦ ଟଙ୍କାରେ କିଣିବାକୁ ପଡୁଛି, ଯାହାକୁ ନେଇ ସରକାର ମଧ୍ୟ ଚିନ୍ତାରେ ପଡ଼ିଛନ୍ତି। ତେବେ ଏଭଳି ସ୍ଥିତିରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଉତ୍ତର ପ୍ରଦେଶରୁ ୩୦୦ ଟ୍ରକ୍‌ ଆଳୁ ଆସୁଛି। ସୋମବାର ସୁଦ୍ଧା ଏହି ଆଳୁ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଆଉ ଆଳୁ ସଙ୍କଟ ରହିବନି ବୋଲି ମନ୍ତ୍ରୀ ପାତ୍ର କହିଛନ୍ତି।
ଏହା ସହିତ ମନ୍ତ୍ରୀ ପାତ୍ର ଅସାଧୁ ବ୍ୟବସାୟୀଙ୍କୁ ଚେତାବନୀ ଦେଇ କହିଛନ୍ତି, ଏବେ ଆଳୁ କିଲୋ ୩୫ ଟଙ୍କାରେ ବିକ୍ରି ହେଉଛି। କେଉଁଠି କେଉଁଠି ଅତି ବେଶିରେ ୪୦ ଟଙ୍କାରେ ବିକ୍ରି ହେଉଛି। ଏନଫୋର୍ସମେଣ୍ଟ ଟିମ୍‌ ଗଠନ କରାଯାଇଛି। ଯଦି କୌଣସି ବ୍ୟବସାୟୀ ଅଧିକ ଦରରେ ଆଳୁ ବିକ୍ରି କରିବେ, ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମଙ୍ଗଳବାରଠୁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀମାନେ ଆନ୍ଦୋଳନ ଡାକରା ଦେଇଥିବା ବେଳେ ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗରେ ବର୍ତ୍ତମାନ ୭ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ଗଚ୍ଛିତ ଅଛି। ତାଙ୍କର ଚାହିଦା ଅତି ବେଶିରେ ୫ ଲକ୍ଷ ମେଟ୍ରିକ ଟନ୍‌ ହେବ। ତେଣୁ ବାକି ୨ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ସେମାନେ ଅନ୍ୟ ରାଜ୍ୟକୁ ଦେଇପାରିବେ। ପଶ୍ଚିମବଙ୍ଗ ବ୍ୟବସାୟୀମାନେ ଓଡ଼ିଶାକୁ ଆଳୁ ପଠାଇବା ପାଇଁ ଚାହୁଁଛନ୍ତି। କାରଣ ବେଶି ଦିନ ଆଳୁ ରହିଲେ ପଚିଯିବ। କିନ୍ତୁ ପଶ୍ଚିମବଙ୍ଗ ସରକାର ଅନୁମତି ଦେଉ ନ ଥିବାରୁ ବ୍ୟବସାୟୀ କ୍ଷତି ସହିବେ। ସେଥିପାଇଁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଯେଉଁ ରାଜ୍ୟରେ ଯାହାସବୁ ସାମଗ୍ରୀ ଅଧିକ ଉତ୍ପାଦନ ହୁଏ, ସେ ରାଜ୍ୟ ଅନ୍ୟ ରାଜ୍ୟକୁ ରପ୍ତାନି କରେ। ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଦ୍ୱାରା ଏହି ଭଲ ବାତାବରଣ ଉପରେ ଭଟ୍ଟା ପଡୁଛି। ଅନ୍ୟ ରାଜ୍ୟକୁ ଆଳୁ ଦେବେନି ବୋଲି ସେ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହା ଠିକ୍‌ ନୁହେଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସବୁ ରାଜ୍ୟ ପ୍ରତି ସମଭାବନା ରଖିବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri