ନୂଆଖାଇ ପୂର୍ବରୁ ୩ ହଜାର ବୋତଲ ନିଶା କଫସିରପ ଜବତ: ଧରାପଡ଼ିଲେ ୨ ଅଭିଯୁକ୍ତ

ସମ୍ବଲପୁର,୨୬ା୮(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଜ୍ୟୋତିବିହାର ନିକଟସ୍ଥ ସୁଇଟ ଅନୁଷ୍ଠାନର ପଛପାଶର୍‌ବରେ ବୁର୍ଲାଥାନା ପୋଲିସ ଚଢାଉ କରି ବିପୁଳ ପରିମାଣରେ ନିଶା କଫସିରପ୍‌ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବୁର୍ଲାଥାନା ଅନ୍ତର୍ଗତ ବୁର୍ଲା ତଳପଡ଼ାର ଆକାଶ ସାମଲ(୨୬) ଏବଂ ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ସିଂଘିଯୁବାର ସୁକଦେବ ଦୀପ(୨୧)।

ପୋଲିସ ସେମାନଙ୍କ ନିକଟରୁ ୩ ହଜାର ବୋତଲ କଫସିରପ, ଗୋଟିଏ ମ୍ୟାକ୍ସ ପିକଅପ୍‌ ଭ୍ୟାନ(ଓଡି-୧୭-ଏସି-୮୪୨୧), ୨ଟି ମୋବାଇଲ ଫୋନ ଏବଂ ନଗଦ ୧ଲକ୍ଷ ୧୨ ହଜାର ଟଙ୍କା ଜବତ କରିଛି।

ପୋଲିସ ସୂଚନା ମୁତାବକ, ମଙ୍ଗଳବାର ଭୋରରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ସୁଇଟ ପଛପାର୍ଶ୍ୱରେ ଥିବା ଖୋଲା ପଡ଼ିଆରେ କଫସିରପ କାରବାର ହେଉଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଖବର ପାଇ ପୋଲିସ ଏସ୍‌ଆଇ ଏସ୍‌କେ ନାଏକଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସନ୍ଦିଗ୍ଧ ଅବସ୍ଥାରେ ଛିଡ଼ା ହୋଇଥିବା ଏକ ପିକଅପ୍‌ ଭ୍ୟାନକୁ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଭ୍ୟାନ୍‌ରେ ନିଶା କଫସିରପ ବୋଝେଇ ହୋଇଥିବା ଦେଖିବାକୁ ମିଳିଥିଲା।

ଏପରିକି ଗାଡିରେ ଉପସ୍ଥିତ ଥିବା ଅଭିଯୁକ୍ତ ଦ୍ବୟଙ୍କୁ ପୋଲିସ ଟିମ୍‌ ଧରିବା ସହ କାଗଜପତ୍ର ମାଗିଥିଲେ। ହେଲେ ସେମାନେ କୌଣସି କାଗଜପତ୍ର ଦେଇପାରି ନ ଥିଲେ। ପରେ ପୋଲିସ ଟିମ୍‌ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ନିଶା କଫସିରପ ଜବତ କରିବା ସହ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରି ଥାନାକୁ ଆଣିଥିଲେ। ଏନେଇ ବୁର୍ଲା ଥାନାରେ ଏକ ମାମଲା(ନଂ.୩୭୧/୨୦୨୫) ରୁଜୁ କରି ପୋଲିସ ମଙ୍ଗଳବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଛି। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ଗିରଫ ଅଭିଯୁକ୍ତ ଦ୍ୱୟଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri