ରାଜ୍ୟରେ ହେବ ୩ ହଜାର ଚେକ୍‌ ଡ୍ୟାମ୍‌ : ୬୧ଲକ୍ଷ ହେକ୍ଟରରୁ ୫୧ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ (ପ୍ଲାନିଂ ଆଣ୍ଡ ଡ଼ିଜାଇନ୍‌) ଇଂ. ଲିଙ୍ଗରାଜ ଗୌଡ଼ ଦୁଇଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏଥିସହ ପ୍ରସ୍ତାବିତ ଅନେକ ନୂଆ ପ୍ରକଳ୍ପକୁ ସେ ବୁଲି ଦେଖିଛନ୍ତି। ପରେ ମଙ୍ଗଳବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ଫେରିଯାଇଛନ୍ତି। ଏହି ସମୟରେ ସର୍ବୋଚ୍ଚ ଯନ୍ତ୍ରୀ ଗୌଡ଼ ଧରିତ୍ରୀ ସହ ଏକ ସ୍ବତନ୍ତ୍ର ସାକ୍ଷାତକାରରେ କହିଛନ୍ତି ଯେ, ରାଜ୍ୟରେ ଜଳସଚେନ ସୁବିଧା ପାଇଁ ଅନେକ ନୂଆନୂଆ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ଚଳିତ ବର୍ଷ ୩ହଜାର ନୂଆ ଚେକ୍‌ ଡ୍ୟାମ୍‌ କରିବା ଯୋଜନା ରହିଛି। ଏଥିପାଇଁ ସ୍ଥାନ ଚିହ୍ନଟ ଚାଲିଛି। ଆବଶ୍ୟକ ପଡ଼ିଲେ ଏହାଠାରୁ ଆହୁରି ଅଧିକ ପ୍ରକଳ୍ପ ହେବ। ଏଥିସହ ସୋରଡ଼ା ନିକଟସ୍ଥ ପିପଳପଙ୍କା ଭଳି କିଛି ବଡ଼ ଜଳସେଚନ ପ୍ରକଳ୍ପ ରାଜ୍ୟରେ କରିବା ପାଇଁ ପଦକ୍ଷେପ ନିଆଯାଉଛି। ସରକାର କୃଷକମାନଙ୍କ ଉନ୍ନତି ପାଇଁ ପଦକ୍ଷେପ ନେଉଛନ୍ତି। ରାଜ୍ୟରେ ୬୧ ଲକ୍ଷ ୮୦ ହେକ୍ଟର ଚାଷ ଜମି ରହିଛଇ। ସେଥିରୁ ୫୧ଲକ୍ଷ ୩୪ ହେକ୍ଟର ଜମିକୁ ବିଭିନ୍ନ ମାଧ୍ୟମରେ ମାର୍ଚ୍ଚ ୨୦୨୫ ସୁଦ୍ଧା ଜଳସେଚନ ସୁବିଧା ରହିଛି। ବଳକା ୧୦ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବାକୁ ପଦକ୍ଷେପ ନିଆଯାଉଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ ଗୌଡ଼ କହିଥିଲେ। ଏଥିସହ ହରିଗଡ଼ ବୃହତ ଉଠା ଜଳସଚେନ ପ୍ରକଳ୍ପ ମାଧ୍ୟମରେ ଜମିକୁ ପାଣି ଦେବା ବ୍ୟବସ୍ଥା ହୋଇଛି। ମାତ୍ର ପ୍ରକଳ୍ପରେ ପାଣି ନାହିଁ। ତେଣୁ ଉକ୍ତ ପ୍ରକଳ୍ପକୁ ପାଣି କିଭଳି ଆସିବ ସେଥିପାଇଁ ହରିଗଡ଼ଠାରେ ବ୍ୟବସ୍ଥା କରାଯିବ। ଏଥିସହ ତିଳିସିଙ୍ଗି, ଉଲିଦନଠାରେ ଆଉ ୨ଟି ନୁଆ ଚେକ୍‌ ଡ୍ୟାମ୍‌ ହେବା ନେଇ ସେ ସୂଚନା ଦେଇଥିଲେ।
ସୂଚନାଯୋଗ୍ୟ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ବଡ଼ନଦୀ ଉପରେ ୩ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। ଏହା ହେଲେ ଭଞ୍ଜନଗର ବ୍ଲକର ଅନେକ ଅଞ୍ଚଳକୁ ଜଳସେଚନ ସୁବିଧା ହୋଇପାରିବ। ଏଥିସହ ଜଗନ୍ନାଥପ୍ରସାଦ ବ୍ଲକର ମାଣିତରା, ବନ୍ଥ ସମେତ ବିଭିନ୍ନ ନଦୀରେ ଚେକ୍‌ ଡ୍ୟାମ୍‌ କରିବା ପାଇଁ ବିଧାୟକ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। ଏଭଳି ସ୍ଥିତିରେ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଦୁଇ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ଅଞ୍ଚଳର ଭିତିଭୂମି ବୁଲି ଦେଖିଥିଲେ। ସର୍ବୋଚ୍ଚ ଯନ୍ତ୍ରୀଙ୍କ ଗସ୍ତ ସମୟରେ ମୁଖ୍ୟଯନ୍ତ୍ରୀ ଅଜୟ ବିଶ୍ୱାଳ, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ରାଜୀବ କୁମାର ପଣ୍ଡିତ, ଏସ୍‌ଇ କ୍ୱାଲିଟ୍‌ ଆଣ୍ଡ ଆସୁରେନ୍ସ ବିଷ୍ଣୁ ଚରଣ ସାହୁ, ଭଞ୍ଜନଗର ଅଧୀକ୍ଷଣ ଯନ୍ତ୍ରୀ ସଞ୍ଜୟ ପ୍ରଧାନ, ସହକାରୀ ନିର୍ବାହୀଯନ୍ତ୍ରୀ ସନ୍ତୋଷ ପାତ୍ର, ଡ଼ହ ସହକାରୀ ଯନ୍ତ୍ରୀ ପଞ୍ଚୁ ବେହେରା, ଭଞ୍ଜନଗର ସହକାରୀ ଯନ୍ତ୍ରୀ ରଶ୍ମି ରଞ୍ଜନ ରଥ, ସୋରିଷମୁଳି ସହକାରୀ ଯନ୍ତ୍ରୀ ପ୍ରହଲ୍ଲାଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ୩ଦିନ ତଳେ ଜଳସମ୍ପଦ ବିଭାଗ ସ୍ବତନ୍ତ୍ର ସଚିବ ମୁକୁଳ ଚନ୍ଦ୍ର ବେରା ମଧ୍ୟ ୩ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି ଜିଲାର ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri