୩ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୮।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଏହା ୩ ହଜାର ୩୦୩ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୯ ରହିଛି। ଏହି ସମୟରେ ସକ୍ରିୟ ମାମଲା ୧୬ ହଜାର ଟପିଛି। ଏହା ୧୬ ହଜାର ୮୯୦ ରହିଛି।

ସେହିପରି ୨୪ ଘଣ୍ଟାରେ ୨ ହଜାର ୫୬୩ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୩ ହଜାର ୬୯୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୬୮ ହଜାର ୭୯୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୨୮ ହଜାର ୧୨୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୩୬୭ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୫୩୫ ଜଣ, କେରଳରେ ୩୪୧ ଜଣ, ଉତ୍ତରପ୍ରଦେଶରେ ୨୫୮ ଜଣ, ମହାରାଷ୍ଟ୍ରରେ ୧୮୬ ଜଣ କର୍ନାଟକରେ ୧୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୮ କୋଟି ୪୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?