କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌) ସୋମବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ମୋଟ ୨୬,୧୭୬ ଜଣ ସେମାନଙ୍କ ମା’ ବାପାଙ୍କୁ ହରାଇଥିବାବେଳେ ୩,୬୨୧ ଜଣଙ୍କ କେହି ନାହାନ୍ତି। ସେହିପରି ୨୭୪ ଜଣଙ୍କୁ ପରିତ୍ୟକ୍ତ କରାଯାଇଛି। ୨୦୨୦ ଏପ୍ରିଲ ୧ରୁ ୨୦୨୧ ଜୁନ୍‌ ୫ ପର୍ଯ୍ୟନ୍ତ ମହାମାରୀ ସମୟରେ କେତେଜଣ ଶିଶୁ ସେମାନଙ୍କ ମା’, ବାପା କିମ୍ବା ଉଭୟଙ୍କୁ କୋଭିଡ୍‌ ଓ ଅଣକୋଭିଡ୍‌ ଜନିତ ରୋଗରେ ହରାଇଛନ୍ତି ସେ ନେଇ ରାଜ୍ୟଗୁଡ଼ିକ ‘ବାଲ୍‌ ସ୍ବରାଜ’ ପୋର୍ଟାଲରେ ତଥ୍ୟ ଅପ୍‌ଲୋଡ୍‌ କରିଥିଲେ। ମହାରାଷ୍ଟ୍ରରେ ସର୍ବାଧିକ ୭,୦୮୪ ଜଣ ଅନାଥ, ପରିତ୍ୟକ୍ତ ତଥା ମା’ ବାପାଙ୍କୁ ହରାଇଥିବା କମିଶନ କହିଛନ୍ତି। ଏହାପରେ ଉତ୍ତରପ୍ରଦେଶରେ ୩,୧୭୨, ରାଜସ୍ଥାନରେ ୨,୪୮୨, ହରିୟାଣାରେ ୨,୪୩୮, ମଧ୍ୟପ୍ରଦେଶରେ ୨,୨୪୩, ଆନ୍ଧ୍ରପ୍ରଦେଶରେ ୨,୦୮୯, କେରଳରେ ୨,୦୦୨, ବିହାରରେ ୧,୬୩୪ ଏବଂ ଓଡ଼ିଶାରେ ୧,୦୭୩ ଜଣ ଏପରି ଶିଶୁ ରହିଛନ୍ତି। ସେମାନଙ୍କ ମଧ୍ୟରେ ୧୫,୬୨୦ ଜଣ ପୁଅ, ୧୪,୪୪୭ ଜଣ ଝିଅ ଏବଂ ୪ ଜଣ ଟ୍ରାନ୍ସଜେଣ୍ଡର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri