ନିର୍ବାହୀ ଯନ୍ତ୍ରୀଙ୍କ ଘରୁ ୩୦ ଭରି ଗହଣା ଲୁଟ୍‌

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ)-ସହର ଓ ସହରତଳି ଅଞ୍ଚଳରେ ଲୁଟିଆଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ପୋଲିସ ପାଟ୍ରୋଲିଂକୁ ଚାଲେଞ୍ଜ କରି ତାଲାବନ୍ଦ ଘରକୁ ଟାର୍ଗେଟ କରୁଛନ୍ତି। ଏହିକ୍ରମରେ ଜଣେ ଜନସ୍ବାସ୍ଥ୍ୟ ବିଭାଗର ନିର୍ବାହୀ ଯନ୍ତ୍ରୀ କାଳି ଚରଣ ପଣ୍ଡାଙ୍କ ଘରେ ଲୁଟିଆ ଗ୍ୟାଙ୍ଗ କଳାକନା ବୁଲାଇଛନ୍ତି। ସେ ଏ ନେଇ ନିମଖଣ୍ଡି ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ କରୁଛି। ସୂଚନା ଅନୁଯାୟୀ, ଲୋଚାପଡା ନିକଟସ୍ଥ ବିଜୟ ବିହାରରେ ନିର୍ବାହୀ ଯନ୍ତ୍ରୀ କାଳି ଚରଣ ପଣ୍ଡା ରୁହନ୍ତି। ସେ ଗତ କିଛିଦିନ ତଳେ ଘରେ ତାଲା ପକାଇ କୌଣସି କାମରେ ବାହାରକୁ ଯାଇଥିଲେ। ଶୁକ୍ରବାର ଫେରିବାରେ ଘର ଗ୍ରୀଲ ତାଲା ଭଙ୍ଗା ଯାଇଥିବା ଦେଖିଥିଲେ। ଘରେ ଥିବା ଆଲମିରାରୁ ୩୦ ଭରିର ସୁନାଗହଣା, ମୂଲ୍ୟବାନ ସାମଗ୍ରୀ ଓ ଟଙ୍କା ଲୁଟ ହୋଇଥିବା ଜାଣିବା ପରେ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରୁଛି। ଆଗକୁ ପାର୍ବଣ। ବିଭିନ୍ନ ମାମଲାରେ ଗିରଫ ହୋଇ ଜେଲ ଯାଇଥିବା ଅନେକ ଅପରାଧୀ ଏବେ ଜାମିନରେ ମୁକୁଳିଛନ୍ତି। ତେଣୁ ଏବେଠୁ ପୋଲିସ ଲୁଟିଆ ଗ୍ୟାଙ୍ଗ ଓ ଅପରାଧୀ ଗୋଷ୍ଠୀଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ଅଞ୍ଚଳବାସୀ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri