୫ ଜିଲାର ୧୩୪୦ ପଞ୍ଚାୟତରେ ଗଡ଼ିଲା ୩୦୧ ‘ଲକ୍ଷ୍ମୀ’ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୨(ଅସମାପିକା ସାହୁ): ସୋମବାର ୫ ଜିଲାରେ ସରକାର ଲକ୍ଷ୍ମୀ ବସ୍‌ ସେବା ଯୋଜନାର ଶୁଭାରମ୍ଭ ହୋଇଛି। ଆଜି ବଲାଙ୍ଗୀର, ବରଗଡ଼, ଭଦ୍ରକ, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

୫ଟି ଜିଲାର ୧୩୪୦ଟି ପଞ୍ଚାୟତରେ ଆଜି ମୋଟ୍‌ ୩୦୧ଟି ଲକ୍ଷ୍ମୀ ବସ୍‌ ଗଡ଼ିଛି। ଏଥିଯୋଗୁ ୮୩ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। ବଲାଙ୍ଗୀରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍‌ ଗଡ଼ିଥିବା ବେଳେ ୧୬.୫୦ ଲକ୍ଷ ଲୋକ ଉପକୃତ ହେବେ। ସେହିପରି ବରଗଡ଼ର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍‌ ଚାଲିଛି। ଏହାଦ୍ୱାରା ୧୪ ଲକ୍ଷ ୨୨ ହଜାର ଲୋକ ଉପକୃତ ହେବେ। ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ର ଶୁଭାରମ୍ଭ ହୋଇଛି। ଏଥିରେ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେବେ। ମୟୂରଭଞ୍ଜର ୩୮୬ଟି ପଞ୍ଚାୟତରେ ୧୦୭ଟି ବସ୍‌ ଶୁଭାରମ୍ଭ ହୋଇଛି। ଏହି ବସ୍‌ ଚାଲିବା ଦ୍ୱାରା ମୋଟ୍‌ ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ ହେବାକୁ ଥିବା ବେଳେ ସୁନ୍ଦରଗଡ଼ର ୨୪୦ଟି ପଞ୍ଚାୟତରେ ୬୫ଟି ବସ୍‌ ସେବା ଆରମ୍ଭ ହୋଇଛି। ଫଳରେ ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?