ସ୍ବାସ୍ଥ୍ୟସେବା ଲାଗି କୋରାପୁଟ ସଂସଦୀୟ କ୍ଷେତ୍ରକୁ ୩୦୨ କୋଟି ମଞ୍ଜୁର

ରାୟଗଡା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୯।୪: କୋରାପୁଟ ସଂସଦୀୟ କ୍ଷେତ୍ରରେ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି କେନ୍ଦ୍ର ସରକାର ୩୦୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରିଥିବା ଏମ୍‌ପି ସପ୍ତଗିରି ଉଲାକାଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମନସୁଖ୍‌ ମାଣ୍ଡବ୍ୟ ଚିଠି ମାଧ୍ୟମରେ ଜଣାଇଛନ୍ତି। କୋରାପୁଟ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ କୋରାପୁଟ ଓ ରାୟଗଡ଼ା ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି ଏମ୍‌ପି ଉଲାକା ସଂସଦରେ ବିଭିନ୍ନ ସମୟରେ ଦାବି ଉପସ୍ଥାପନ କରି ଆସୁଥିଲେ। ଉକ୍ତ ଦାବି ପ୍ରକାରେ ଉତ୍ତମ ସ୍ବାସ୍ଥ୍ୟସେବା ଓ ଆବଶ୍ୟକ ଭିତ୍ତିଭୂମି ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ହେଲ୍‌ଥ ଇନ୍‌ଫ୍ରାଷ୍ଟ୍ରକଚର ମିଶନ, ପଞ୍ଚଦଶ ଅର୍ଥ କମିଶନ ଓ ଜାତୀୟ ସ୍ବାସ୍ଥ୍ୟ ମିଶନ ମାଧ୍ୟମରେ ପ୍ରାୟ ୩୦୨୦୩.୪୪ଲକ୍ଷ ଟଙ୍କା ଅନୁମୋଦନ କରାଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଏମ୍‌ପି ଉଲାକାଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏଥିରେ କୋରାପୁଟ ଜିଲାକୁ ୧୮୮୯୧.୧୦ ଲକ୍ଷ ଏବଂ ରାୟଗଡ଼ା ଜିଲା ପାଇଁ ୧୧୩୧୨.୩୪ ଲକ୍ଷ ମିଳିଥିବା ଉଲ୍ଳେଖ ରହିଛି। ଏହି ଅର୍ଥ ଅନୁମୋଦନ ସହ ପିଏମ୍‌-ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ମିଶନ ଯୋଜନା ଅଧୀନରେ କୋରାପୁଟ ଜିଲାରେ ଏକ କ୍ରିଟିକାଲ କେୟାର ହସ୍ପିଟାଲ ବ୍ଳକ(ସିସିବି) ଅନ୍ତର୍ଭୁକ୍ତ ରହିଛି। କେନ୍ଦ୍ର ସରକାରଙ୍କ ଏହି ସହଯୋଗ ପାଇଁ ଏମ୍‌ପି ସପ୍ତଗିରି ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri