ସ୍ବାସ୍ଥ୍ୟସେବା ଲାଗି କୋରାପୁଟ ସଂସଦୀୟ କ୍ଷେତ୍ରକୁ ୩୦୨ କୋଟି ମଞ୍ଜୁର

ରାୟଗଡା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୯।୪: କୋରାପୁଟ ସଂସଦୀୟ କ୍ଷେତ୍ରରେ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି କେନ୍ଦ୍ର ସରକାର ୩୦୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରିଥିବା ଏମ୍‌ପି ସପ୍ତଗିରି ଉଲାକାଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମନସୁଖ୍‌ ମାଣ୍ଡବ୍ୟ ଚିଠି ମାଧ୍ୟମରେ ଜଣାଇଛନ୍ତି। କୋରାପୁଟ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ କୋରାପୁଟ ଓ ରାୟଗଡ଼ା ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି ଏମ୍‌ପି ଉଲାକା ସଂସଦରେ ବିଭିନ୍ନ ସମୟରେ ଦାବି ଉପସ୍ଥାପନ କରି ଆସୁଥିଲେ। ଉକ୍ତ ଦାବି ପ୍ରକାରେ ଉତ୍ତମ ସ୍ବାସ୍ଥ୍ୟସେବା ଓ ଆବଶ୍ୟକ ଭିତ୍ତିଭୂମି ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ହେଲ୍‌ଥ ଇନ୍‌ଫ୍ରାଷ୍ଟ୍ରକଚର ମିଶନ, ପଞ୍ଚଦଶ ଅର୍ଥ କମିଶନ ଓ ଜାତୀୟ ସ୍ବାସ୍ଥ୍ୟ ମିଶନ ମାଧ୍ୟମରେ ପ୍ରାୟ ୩୦୨୦୩.୪୪ଲକ୍ଷ ଟଙ୍କା ଅନୁମୋଦନ କରାଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଏମ୍‌ପି ଉଲାକାଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏଥିରେ କୋରାପୁଟ ଜିଲାକୁ ୧୮୮୯୧.୧୦ ଲକ୍ଷ ଏବଂ ରାୟଗଡ଼ା ଜିଲା ପାଇଁ ୧୧୩୧୨.୩୪ ଲକ୍ଷ ମିଳିଥିବା ଉଲ୍ଳେଖ ରହିଛି। ଏହି ଅର୍ଥ ଅନୁମୋଦନ ସହ ପିଏମ୍‌-ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ମିଶନ ଯୋଜନା ଅଧୀନରେ କୋରାପୁଟ ଜିଲାରେ ଏକ କ୍ରିଟିକାଲ କେୟାର ହସ୍ପିଟାଲ ବ୍ଳକ(ସିସିବି) ଅନ୍ତର୍ଭୁକ୍ତ ରହିଛି। କେନ୍ଦ୍ର ସରକାରଙ୍କ ଏହି ସହଯୋଗ ପାଇଁ ଏମ୍‌ପି ସପ୍ତଗିରି ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri