ରାଜ୍ୟରେ ୩୦୫ କରୋନା ପଜିଟିଭ୍‌ ଚିହ୍ନଟ: ୩ ମୃତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୩୦୬ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୨୮ ଜଣ ଲେଖାଏ ଥିବା ବେଳେ ଅନୁଗୋଳରୁ ୨୬, ବାଲେଶ୍ୱରରୁ ୧୪, ବରଗଡ଼ରୁ ୨୫, ଭଦ୍ରକରୁ ୨ , ବଲାଙ୍ଗୀରରୁ ୧୬, ବୌଦ୍ଧରୁ ୩, କଟକରୁ ୨୩, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨ ଓ ଗଞ୍ଜାମରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୯, ଯାଜପୁରର ୧୬, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୭, ଖୋର୍ଦ୍ଧାରୁ ୨୩, କୋରାପୁଟରୁ ୧, ମୟୂରଭଞ୍ଜରୁ ୧୦ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨ , ନୟାଗଡ଼ରୁ ୧୯, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୬ ନୂଆପଡ଼ାରୁ ୬, ପୁରୀରୁ ୧, ରାୟଗଡ଼ାରୁ ୧, ସୁବର୍ଣ୍ଣପୁରରୁ ୩ ଓ ଷ୍ଟେଟ୍‌ ପୁଲ୍‌ରୁ ୬ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୭୧କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଭଦ୍ରକ, ବଲାଙ୍ଗୀର ଓ ପୁରୀ ଜିଲାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri