ନନ୍ଦନକାନନ ବୁଲିଲେ ୩୦ ହଜାର ୮୮୨ ପର୍ଯ୍ୟଟକ

ବାରଙ୍ଗ,୧୮।୧୨(ଡି.ଏନ୍‌.ଏ.)- ବର୍ତ୍ତମାନ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିବାରୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ଛୁଟିଦିନ ଥିବାବେଳେ ନନ୍ଦନକାନନକୁ ସର୍ବାଧିକ ୩୦ହଜାର ୮୮୨ ପର୍ଯ୍ୟଟକ ବୁଲିବାକୁ ଆସିଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଅଫଲାଇନ୍‌ରେ ୨୯ହଜାର ୨୯୧ଜଣ ଓ ଅନ୍‌ଲାଇନରେ ୧ହଜାର ୫୯୧ଜଣ ପର୍ଯ୍ୟଟକ ଟିକଟ କରିଥିଲେ। ସେହିପରି ବଟାନିକାଲ ଗାର୍ଡେନକୁ ସର୍ବାଧିକ ୫ ହଜାର ୫୮୮ ଜଣ ପର୍ଯ୍ୟଟକ ବଣଭୋଜି କରିବାକୁ ଆସିଥିଲେ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ଡ. ସଞ୍ଜିତ୍‌ କୁମାର କହିଛନ୍ତି। ନନ୍ଦନକାନନରେ ବିଭିନ୍ନ ଏନ୍‌କ୍ଲୋଜରରେ ଥିବା ପ୍ରାଣୀଙ୍କୁ ଦେଖିବା ସହ ସଫାରି ସାଙ୍ଗକୁ ଶିଶୁ ରେଳଗାଡି, ବ୍ୟାଟେରି ଅଟୋରେ ବୁଲିବାର ମଜା ଉଠାଇଥିଲେ। ଅନ୍ୟତମ ଆକର୍ଷଣ ବୋଟିଂ ଓ ଶିଶୁଉଦ୍ୟାନ ବନ୍ଦ ଥିବାରୁ ପର୍ଯ୍ୟଟକ କିଛିଟା ନିରାଶ ହୋଇଥିଲେ। ବଟାନିକାଲ୍‌ ଗାର୍ଡେନରେ ବଣଭୋଜି ସାଙ୍ଗକୁ ବିଭିନ୍ନ ଉଦ୍ୟାନ ଓ ପାର୍କ ଆଦି ବୁଲି ପର୍ଯ୍ୟଟକ ମଜା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri