ଗାଜା ଯୁଦ୍ଧରେ ୩୧ ଖବରଦାତାଙ୍କ ଜୀବନ ଗଲାଣି…

ଜେରୁଜେଲମ,୩୧।୧୦ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଏପର୍ଯ୍ୟନ୍ତ ପ୍ରାୟ ୯,୦୦୦ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଯୁଦ୍ଧରେ ବହୁ ସଂଖ୍ୟକ ଖବରଦାତା ମଧ୍ୟ ନିହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ଅକ୍ଟୋବର ୭ ରୁ ଆରମ୍ଭ ହୋଇଥିବା ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ୩୧ ଜଣ ଖବରଦାତାଙ୍କର ମୃତ୍ୟୁ ଘଟିଛି। ଖବରଦାତାମାନଙ୍କୁ ସୁରକ୍ଷା ଦେବା କମିଟି (ସିପିଜେ) ଏହି ପରିସଂଖ୍ୟାନ ପ୍ରକାଶ କରିଛି। ନିହତ ଖବରଦାତାମାନଙ୍କ ମଧ୍ୟରେ ୨୬ ପାଲେଷ୍ଟାଇନର, ୪ ଇସ୍ରାଏଲର ଏବଂ ଜଣେ ଲିବାନନର ଅଛନ୍ତି। ଏହା ବ୍ୟତୀତ ଏହି ଯୁଦ୍ଧରେ ୮ ଜଣ ଖବରଦାତା ଆହତ ହୋଇଛନ୍ତି। ଖବର ଅନୁଯାୟୀ, ୯ ଜଣ ଖବରଦାତା ନିଖୋଜ କିମ୍ବା ଅଟକ ଅଛନ୍ତି।

ଖବର ଅନୁଯାୟୀ ଏହି ଯୁଦ୍ଧରେ ଖବରଦାତା ମାନଙ୍କୁ ନିରନ୍ତର ଆକ୍ରମଣ କରାଯାଉଛି। ଏଥିସହ ଖବରଦାତାମାନଙ୍କୁ ଗିରଫ କରାଯାଇ ଭୟଭୀତ କରାଯାଉଛି। ନିହତ ହୋଇଥିବା ୩୧ ଖବରଦାତାଙ୍କ ମଧ୍ୟରୁ ୨୬ ଜଣଙ୍କର ଗାଜାରେ ମୃତ୍ୟୁ ଘଟିଛି। ଏଥିମଧ୍ୟରୁ ଇସ୍ରାଏଲ ଉପରେ ହମାସ ଆକ୍ରମଣରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଖବରଦାତାମାନଙ୍କ ସୁରକ୍ଷା କମିଟି (ସିପିଜେ) ଅନ୍ୟ ଖବରଦାତାଙ୍କ ମୃତ୍ୟୁ, ନିଖୋଜ, ଅଟକ ଏବଂ ଆହତ ହେବାର ଅନେକ ରିପୋର୍ଟର ଅନୁସନ୍ଧାନ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?