Posted inଜାତୀୟ

୨୦୨୦ରେ ଏହି ରାଜ୍ୟରେ ବାଘ ନେଲାଣି ୩୧ ଜୀବନ

ମୁମ୍ବାଇ, ୩।୧୦: ଚଳିତ ବର୍ଷ ମହାରାଷ୍ଟ୍ରରେ ବାଘ ୩୧ ଜଣ ଲୋକଙ୍କ ଜୀବନ ନେଇସାରିଛି। ଯାହା ଗତ ଦଶନ୍ଧି ମଧ୍ୟରେ ଗୋଟିଏ ବର୍ଷରେ ସର୍ବାଧିକ। ୨୦୧୦ ପରଠାରୁ ମହାରାଷ୍ଟ୍ରରେ ୧୫୩ ଜଣ ଲୋକ ବାଘ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ସେହିଭଳି ୨୦୨୦ର ପ୍ରଥମ ୯ ମାସ ମଧ୍ୟରେ ରାଜ୍ୟରେ ସର୍ବାଧିକ ୫୭ ଜଣ ଲୋକ ବନ୍ୟଜନ୍ତୁଙ୍କ ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ସେହିଭଳି ୨୦୧୦ରୁ ୨୦୨୦ ମଧ୍ୟରେ ମହାରାଷ୍ଟ୍ରରେ ୪୬୭ ଜଣ ଲୋକ ବନ୍ୟଜନ୍ତୁଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ରାଜ୍ୟ ଜଙ୍ଗଲ ବିଭାଗ ପକ୍ଷରୁ ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି।
ଦଶନ୍ଧି ମଧ୍ୟରେ ମହାରାଷ୍ଟ୍ରରେ ବାଘ ଆକ୍ରମଣରେ ପ୍ରାଣ ହରାଉଥିବା ଲୋକଙ୍କ ଅନୁପାତ ୫ ଗୁଣା ବୃଦ୍ଧି ପାଇଛି। ୨୦୧୦ରେ ବାଘ ଆକ୍ରମଣରେ ଏଠାରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲା। ଯାହା ବୃଦ୍ଧି ପାଇଁ ୨୦୧୭ ଓ ୨୦୧୯ରେ ୨୪ ଏବଂ ୨୦୨୦ ସେପ୍ଟେମ୍ବର ସୁଦ୍ଧା ୩୧ରେ ପହଞ୍ଚିଛି। କେନ୍ଦ୍ର ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ଲୋକସଭାରେ ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି ଯେ, ୨୦୧୪ରୁ ଭାରତରେ ବାଘ ଓ ମଣିଷ ମଧ୍ୟରେ ଲଢ଼େଇ ଘଟି ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ଜୀବନ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?