ଚାଲିଥିଲା ଭୋଟ ଗଣତି, ବୁଡ଼ିଗଲା ୩୧ ଲକ୍ଷ କୋଟି

ମୁମ଼୍ବାଇ,୪|୬: ଦେଶରେ ଲୋକସଭା ନିର୍ବାଚନ ଚାଲିଥିବା ବେଳେ ବୁଡ଼ି ଯାଇଛି। ୩୧ ଲକ୍ଷ କୋଟି ଟଙ୍କା । ଦେଶରେ କାହାର ସରକାର ହେବ, କିଏ ନିର୍ବାଚନ ଜିତିବ ସେ ଦ଼୍ବନ୍ଦ ଭିତରେ ସେୟାର ମାର୍କେଟ କ୍ରାସ କରିଯିବାରୁ ନିବେଶକଙ୍କୁ ବଡ଼ କ୍ଷତି ସହିବାକୁ ପଡ଼ିଛି।

ସୂଚନା ଥାଉକି, ସେୟାର ବଜାରରେ ଗୋଟିଏ ଦିନରେ ୬ ହଜାର ପଏଣ୍ଟ ଖସି ଯିବାରୁ ନିବେଶକଙ୍କ କୋଟି କୋଟି ଟଙ୍କା ବୁଡ଼ି ଯାଇଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ସେନ୍‌ସେକ୍ସ ୪,୩୯୦ ପଏଣ୍ଟ ହ୍ରାସ (୫.୭୪ ପ୍ରତିଶତ) ପାଇ ୭୨,୦୭୯.୦୫ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି ନିଫ୍ଟି ୧୩୭୯ ପଏଣ୍ଟ ହ୍ରାସ ହୋଇ ୨୧,୮୮୪.୫୦ରେ ବନ୍ଦ ହୋଇଥିଲା ।

କାରବାର ଆରମ୍ଭରୁ ବମ୍ବେ ଷ୍ଟକ୍ ଏକ୍ସେଚେଞ୍ଜର ୩୦ ସେୟାର ବିଶିଷ୍ଟ ସେନ୍ସେକ୍ସ ୨୭୦୦ ଅଙ୍କ (୩.୬୬ ପ୍ରତିଶତ) ହ୍ରାସ ସହିତ ୭୩୬୬୯ ପଏଣ୍ଟକୁ ଖସି ଆସିଥିଲା| ସେହିପରି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୮୦୯ ଅଙ୍କ (୩.୬ ପ୍ରତିଶତ) ହ୍ରାସ ସହିତ ୨୨୪୦୯ ସହ ସଂଘର୍ଷ କରିଥିଲା|ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ଲିଷ୍ଟେଡ୍ ଥିବା କମ୍ପାନୀମାନଙ୍କର ମାର୍କେଟ୍ କ୍ୟାପିଟାଲାଇଜେସନ୍ ୮୭୮ ଲକ୍ଷ କୋଟିରୁ ୪୧୭.୧୩ ଲକ୍ଷ କୋଟିକୁ ଖସି ଆସିଥିଲା |

ସେନ୍ସେକ୍ସର ଇଣ୍ଡକ୍ସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଏଚ୍ଡିଏଫ୍ସି ବ୍ୟାଙ୍କର ୫୬୫ ପଏଣ୍ଟ ହ୍ରାସ ପାଇଥିଲା| ଏଥିସହିତ ଏଲ୍ ଆଣ୍ଡ୍ ଟି, ଏସ୍ବିଆଇ, ଆଇଟିସି, ଏନ୍ଟିପିସି ଏବଂ ପାଓ୍ୱାର ଗ୍ରିଡ୍ ଭଳି ବଡ଼ ବଡ଼ କମ୍ପାନୀର ସେୟାର ଆଜି ଡାଉନ୍ ରହିଥିଲା| ସେହିପରି ନିଫ୍ଚିରେ ଆଦାନୀ ପୋଟର୍ସ, ଆଦାନୀ ଏଣ୍ଟର ପ୍ରାଇଜ୍, ଏଲ୍ ଆଣ୍ଡ୍ ଟି, ଓଏନ୍ଜିସି ଏବଂ କୋଲ ଇଣ୍ଡିଆର ସେୟାର ଡାଉନ୍ ରହିଥିଲା|ଗତକାଲି ସେୟାର ମାର୍କେଟ୍ରେ ଉତ୍ସାହ ଦିଖିବାକୁ ମିଳିଥିଲା |ଏହାକୁ ନଜରରେ ରଖି ନିବେଶକ ଆଜି ମଧ୍ୟ କାରବାର ଆରମ୍ଭ କରିଥିଲେ| ହେଲେ ଆଜି ଟ୍ରେଡିଂ ଆରମ୍ଭରୁ ଏହା କ୍ରାସ୍ କରିଥିଲା|


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri