୩୧ ଲକ୍ଷଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର(ବ୍ୟୁରୋ)/ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୬ା୧୧: ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ଯୋଡ଼ିହୋଇଛି ବାଲେଶ୍ୱର ଏବଂ ଭଦ୍ରକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଭୟ ଜିଲାରେ ଏହି ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ବାଲେଶ୍ୱରରେ ୨୦ ଲକ୍ଷ ଏବଂ ଭଦ୍ରକର ୧୧ ଲକ୍ଷ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ। ଏହି ଅବସରରେ ବାଲେଶ୍ୱର ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ କୋଟି ଏବଂ ଭଦ୍ରକ ପାଇଁ ୩୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି।
ବାଲେଶ୍ୱର ରିଜର୍ଭ ପୋଲିସ ପଡ଼ିଆରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିଲାର
୩୧ ଲକ୍ଷଙ୍କୁ ମିଳିବ…
ପାନୀୟ ଜଳ ସମସ୍ୟାର ସମାଧାନ ଲାଗି ୬ ବ୍ଲକରେ ୯୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବିନିଯୋଗରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏହାଦ୍ୱାରା ୬୬୦ ଗ୍ରାମର ୬ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ। ଜିଲାର ମତ୍ସ୍ୟଜୀବୀଙ୍କ ସୁବିଧା ପାଇଁ ବସ୍ତାଠାରେ ୨୦ ଏକର ଜମିରେ ୫୦ କୋଟି ଟଙ୍କା ବ୍ୟୟରେ ହୋଲ୍‌ସେଲ ମାଛ ମାର୍କେଟ କରାଯିବ। ଏହା କାର୍ଯ୍ୟକ୍ଷମ ହେଲେ ବାଲେଶ୍ବର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁରର ମତ୍ସ୍ୟଜୀବୀ ଲାଭବାନ୍‌ ହେବେ। ମାଛ ବିକିବା ପାଇଁ ସ୍ଥାନୀୟ ମତ୍ସ୍ୟଜୀବୀଙ୍କୁ ପଶ୍ଚିମବଙ୍ଗର ଦୀଘା ଉପରେ ନିର୍ଭର ହେବାକୁ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରାରମ୍ଭରେ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିଥିବା ଦୁଇ ମହାରଥୀ ବ୍ୟାସକବି ଫକୀରମୋହନ ଓ କବିବର ରାଧାନାଥ ରାୟଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇବା ସହିତ ସ୍ବାଧୀନତା ସଂଗ୍ରାମରେ ବାଲେଶ୍ବରର ଅବଦାନକୁ ସ୍ମରଣ କରିଥିଲେ।
ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବାଲେଶ୍ୱରରୁ ଭର୍ଚୁଆଲ ମୋଡ୍‌ରେ ଭଦ୍ରକ ଜିଲା ପାଇଁ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ। ପ୍ରଥମେ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସ୍ମୃତିଚାରଣ କରିବା ସହିତ ଇରମ ମାଟିକୁ ପ୍ରଣାମ ଜଣାଇଥିଲେ। ଏହି ଅବସରରେ ଭଦ୍ରକ ପାଇଁ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ଜିଲା ମୁଖ୍ୟାଳୟରେ ୩୦୦ ଶଯ୍ୟାବିଶିଷ୍ଟ ହସ୍ପିଟାଲ ବିଲ୍ଡିଂର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଭଦ୍ରକ ଜିଲାରେ ୯୫୦ କୋଟି ଟଙ୍କା ବିନିମୟରେ ୨ଟି ମେଗା ପାଇପ ପାଣି ପ୍ରକଳ୍ପ କାମ ଜାରିରହିଛି। ଏହାଦ୍ୱାରା ୭ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। ଜିଲାର ମିଶନ ଶକ୍ତି ଗୋଷ୍ଠୀକୁ ୨୪୫ କୋଟି ଟଙ୍କାର ଋଣ ସୁବିଧା ଯୋଗାଇ ଦିଆଯାଇଛି। ଏହାଦ୍ୱାରା ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ହୋଇପାରିବ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ସାଢ଼େ ୩ କୋଟି ଲୋକ ଉପକୃତ ହେବେ। ଓଡ଼ିଶାର ୭୭% ଜନସାଧାରଣ ଚିକିତ୍ସା ବୋଝରୁ ମୁକ୍ତି ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାଲେଶ୍ବରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକ ସ୍ବରୂପ ଦାସ ପ୍ରମୁଖ ଯୋଗଦେଇଥିଲେ। ସେହିପରି ଭଦ୍ରକ ନେହେରୁ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ବ୍ୟୋମକେଶ ରାୟ, ସଞ୍ଜୀବ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri