ସୁରକ୍ଷାକର୍ମୀ-ମାଓବାଦୀ ସଂଘର୍ଷ: ଟଳିଲେ ୩୧ ମାଓବାଦୀ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୩୧ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ ବି ଜଙ୍ଗଲ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଏନ୍‌କାଉଣ୍ଟର ନେଇ ସ୍ପଷ୍ଟ କରିଛନ୍ତି ବସ୍ତର ଆଇଜି ପି.ସୁନ୍ଦରରାଜ୍। ଏସ୍‌ଟିଏଫ୍‌, ଡିଆର୍‌ଜି ଯବାନଙ୍କ କୋମ୍ବିଂ ଅପରେଶନ ବେଳେ ପୋଲିସକୁ ଏହି ବଡ଼ ସଫଳତା ମିଳିଥିବା ସେ କହିଛନ୍ତି।

ଗୁଳି ବିନିମୟରେ ୨ ଜଣ ଯବାନ ଶହୀଦ ହୋଇଥିବା ବେଳେ ଦୁଇ ଯବାନ ଗୁରୁତର ହୋଇଛନ୍ତି। ଦୁଇ ଯବାନଙ୍କୁ ତୁରନ୍ତ ମେଡ଼ିକାଲ ନେବା ଲାଗି ଜଗଦଲପୁର ଅଞ୍ଚଳରୁ ଏମ୍‌ଆଇ ହେଲିକେପ୍ଟରକୁ ପଠାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଜାନୁଆରୀ ୩୧ରେ ସୁରକ୍ଷାକର୍ମୀଙ୍କ ଏକ ମିଳିତ ଦଳ ମାଓବାଦୀ ବିରୋଧୀ ଅଭିଯାନରେ ବାହାରିବା ସମୟରେ ଗୁଳିବିନିମୟ ହୋଇଥିଲା।

ଏହି ଅଞ୍ଚଳରେ ମାଓବାଦୀଙ୍କ ପଶ୍ଚିମ ବସ୍ତର ଡିଭିଜନର କ୍ୟାଡରଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ଶୁକ୍ରବାର ଆରମ୍ଭ ହୋଇଥିବା ଅପରେଶନରେ ଜିଲା ରିଜର୍ଭ ଗାର୍ଡ ଏବଂ ରାଜ୍ୟ ପୋଲିସର ସ୍ବତନ୍ତ୍ର ଟାସ୍କ ଫୋର୍ସର କର୍ମଚାରୀମାନେ ସାମିଲ ଥିଲେ।

୨୦୨୬ ସୁଦ୍ଧା ନକ୍ସଲବାଦ ମୂଳପୋଛ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରତିଶ୍ରୁତି ଅନୁଯାୟୀ ଏହି ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଜାନୁଆରୀ ୬ରେ ଛତିଶଗଡ଼ର ବିଜାପୁରରେ ମାଓବାଦୀମାନେ ଆଇଇଡି ବ୍ୟବହାର କରି ଗାଡ଼ି ଉଡ଼ାଇ ଦେବା ଫଳରେ ୮ ଜଣ ଜିଲା ରିଜର୍ଭ ଗାର୍ଡ (DRG) ଯବାନ ଏବଂ ଜଣେ ଡ୍ରାଇଭରଙ୍କ ଜୀବନ ଯିବା ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏହି କଥାକୁ ପୁନର୍ବାର ଦୋହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri