ସୁରକ୍ଷାକର୍ମୀ-ମାଓବାଦୀ ସଂଘର୍ଷ: ଟଳିଲେ ୩୧ ମାଓବାଦୀ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୩୧ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ ବି ଜଙ୍ଗଲ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଏନ୍‌କାଉଣ୍ଟର ନେଇ ସ୍ପଷ୍ଟ କରିଛନ୍ତି ବସ୍ତର ଆଇଜି ପି.ସୁନ୍ଦରରାଜ୍। ଏସ୍‌ଟିଏଫ୍‌, ଡିଆର୍‌ଜି ଯବାନଙ୍କ କୋମ୍ବିଂ ଅପରେଶନ ବେଳେ ପୋଲିସକୁ ଏହି ବଡ଼ ସଫଳତା ମିଳିଥିବା ସେ କହିଛନ୍ତି।

ଗୁଳି ବିନିମୟରେ ୨ ଜଣ ଯବାନ ଶହୀଦ ହୋଇଥିବା ବେଳେ ଦୁଇ ଯବାନ ଗୁରୁତର ହୋଇଛନ୍ତି। ଦୁଇ ଯବାନଙ୍କୁ ତୁରନ୍ତ ମେଡ଼ିକାଲ ନେବା ଲାଗି ଜଗଦଲପୁର ଅଞ୍ଚଳରୁ ଏମ୍‌ଆଇ ହେଲିକେପ୍ଟରକୁ ପଠାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଜାନୁଆରୀ ୩୧ରେ ସୁରକ୍ଷାକର୍ମୀଙ୍କ ଏକ ମିଳିତ ଦଳ ମାଓବାଦୀ ବିରୋଧୀ ଅଭିଯାନରେ ବାହାରିବା ସମୟରେ ଗୁଳିବିନିମୟ ହୋଇଥିଲା।

ଏହି ଅଞ୍ଚଳରେ ମାଓବାଦୀଙ୍କ ପଶ୍ଚିମ ବସ୍ତର ଡିଭିଜନର କ୍ୟାଡରଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ଶୁକ୍ରବାର ଆରମ୍ଭ ହୋଇଥିବା ଅପରେଶନରେ ଜିଲା ରିଜର୍ଭ ଗାର୍ଡ ଏବଂ ରାଜ୍ୟ ପୋଲିସର ସ୍ବତନ୍ତ୍ର ଟାସ୍କ ଫୋର୍ସର କର୍ମଚାରୀମାନେ ସାମିଲ ଥିଲେ।

୨୦୨୬ ସୁଦ୍ଧା ନକ୍ସଲବାଦ ମୂଳପୋଛ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରତିଶ୍ରୁତି ଅନୁଯାୟୀ ଏହି ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଜାନୁଆରୀ ୬ରେ ଛତିଶଗଡ଼ର ବିଜାପୁରରେ ମାଓବାଦୀମାନେ ଆଇଇଡି ବ୍ୟବହାର କରି ଗାଡ଼ି ଉଡ଼ାଇ ଦେବା ଫଳରେ ୮ ଜଣ ଜିଲା ରିଜର୍ଭ ଗାର୍ଡ (DRG) ଯବାନ ଏବଂ ଜଣେ ଡ୍ରାଇଭରଙ୍କ ଜୀବନ ଯିବା ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏହି କଥାକୁ ପୁନର୍ବାର ଦୋହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?