ଭୁବନେଶ୍ୱର,୨୪।୩(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ ଭାରତ ସରକାରଙ୍କ ପକ୍ଷରୁ ଲଗାଯାଇଥିବା କଟକଣା ସମୟସୀମା ଅନିର୍ଦ୍ଦିଷ୍ଟ କାଳ ପାଇଁ ବଳବତ୍ତର ରହିବ। ପୂର୍ବରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଏହି କଟକଣା ଲାଗୁକରାଯାଇଥିବାବେଳେ ବର୍ତ୍ତମାନ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବୃଦ୍ଧି କରାଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁ କିଛି ବିଦେଶୀ ବଜାରରେ ପିଆଜ ଦର ବୃଦ୍ଧି ପାଇପାରେ।
ଦେଶରେ ପିଆଜ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୨୩ ଡିସେମ୍ବରରେ ଏହାର ରପ୍ତାନି ଉପରେ କଟକଣା ଲଗାଇଥିଲେ। ଏହି କଟକଣା ପରେ ଭାରତରେ ପିଆଜ ଦର ଅଧା ହାରରୁ କମ୍ ହୋଇଛି। ଏହା ବ୍ୟତୀତ ଚଳିତ ଋତୁର ନୂଆ ଫସଲ ମଧ୍ୟ ବଜାରରେ ପହଞ୍ଚିବା ଆରମ୍ଭ କରିଛି। ଏହା ପରେ ଏହି ପ୍ରତିବନ୍ଧକ ହଟାଯାଇପାରେ ବୋଲି ବ୍ୟବସାୟୀମାନେ ଆଶା କରୁଥିଲେ। ମାତ୍ର ଶୁକ୍ରବାର ରାତିରେ କେନ୍ଦ୍ର ସରକାର କଟକଣା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ପିଆଜ ରପ୍ତାନି ଉପରେ କଟକଣା ଜାରି ରହିବ ବୋଲି କୁହାଯାଇଛି। ଅନ୍ୟପଟେ ରପ୍ତାନି କରୁଥିବା କମ୍ପାନୀଗୁଡିକ ଏହି ନିଷ୍ପତ୍ତିକୁ ଅନାବଶ୍ୟକ ବୋଲି କହିଛନ୍ତି। ଯୋଗାଣରେ ବୃଦ୍ଧି ଏବଂ ମୂଲ୍ୟ ହ୍ରାସ ସତ୍ତ୍ୱେ ପିଆଜ ରପ୍ତାନି ବନ୍ଦ ହୋଇଯାଉଛି। ଏହା ଠିକ୍ ନୁହେଁ ବୋଲି ବିଭିନ୍ନ କମ୍ପାନୀ ମତ ପ୍ରକାଶ କରିଛନ୍ତି। ପିଆଜର ହୋଲ୍ସେଲ ମୂଲ୍ୟ ଗତ ଡିସେମ୍ବରରେ ପିଆଜ ମୂଲ୍ୟ କୁଇଣ୍ଟାଲ ପିଛା ୪୫୦୦ ଟଙ୍କା ଅତିକ୍ରମ କରିଥିଲା। ତେବେ ବାଂଲାଦେଶ, ମାଲେସିଆ, ନେପାଳ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ଭାରତରୁ ଆସୁଥିବା ପିଆଜ ଉପରେ ନିର୍ଭରଶୀଳ ଅଟନ୍ତି।
ନଦୀକୁ ଖସିଲା ବସ୍: ୨୪ ମୃତ, ଏବେ ବି ଅନେକ ନିଖୋଜ
ଢାକା,୨୬ା୩: ବାଂଲାଦେଶରେ ଏକ ବସ୍ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…
ବସଷ୍ଟାଣ୍ଡରେ OSRTC ବସ୍ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO
କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍ରେ ହଠାତ ନିଆଁ ଲାଗିଯିବା…
ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍
ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…
ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…
ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…
ଚକ୍ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ
ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…
ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…
କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…
ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍ର ଗଞ୍ଜେଇ ଜବତ, ମୂଲ୍ୟ…
ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…
୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…
ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍ ପୋକ୍ସୋ ଜଜ୍ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…
Archives

