୩୧ରେ ହଟିବନି ପିଆଜ ରପ୍ତାନି କଟକଣା

ଭୁବନେଶ୍ୱର,୨୪।୩(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ ଭାରତ ସରକାରଙ୍କ ପକ୍ଷରୁ ଲଗାଯାଇଥିବା କଟକଣା ସମୟସୀମା ଅନିର୍ଦ୍ଦିଷ୍ଟ କାଳ ପାଇଁ ବଳବତ୍ତର ରହିବ। ପୂର୍ବରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଏହି କଟକଣା ଲାଗୁକରାଯାଇଥିବାବେଳେ ବର୍ତ୍ତମାନ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବୃଦ୍ଧି କରାଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁ କିଛି ବିଦେଶୀ ବଜାରରେ ପିଆଜ ଦର ବୃଦ୍ଧି ପାଇପାରେ।
ଦେଶରେ ପିଆଜ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୨୩ ଡିସେମ୍ବରରେ ଏହାର ରପ୍ତାନି ଉପରେ କଟକଣା ଲଗାଇଥିଲେ। ଏହି କଟକଣା ପରେ ଭାରତରେ ପିଆଜ ଦର ଅଧା ହାରରୁ କମ୍‌ ହୋଇଛି। ଏହା ବ୍ୟତୀତ ଚଳିତ ଋତୁର ନୂଆ ଫସଲ ମଧ୍ୟ ବଜାରରେ ପହଞ୍ଚିବା ଆରମ୍ଭ କରିଛି। ଏହା ପରେ ଏହି ପ୍ରତିବନ୍ଧକ ହଟାଯାଇପାରେ ବୋଲି ବ୍ୟବସାୟୀମାନେ ଆଶା କରୁଥିଲେ। ମାତ୍ର ଶୁକ୍ରବାର ରାତିରେ କେନ୍ଦ୍ର ସରକାର କଟକଣା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ପିଆଜ ରପ୍ତାନି ଉପରେ କଟକଣା ଜାରି ରହିବ ବୋଲି କୁହାଯାଇଛି। ଅନ୍ୟପଟେ ରପ୍ତାନି କରୁଥିବା କମ୍ପାନୀଗୁଡିକ ଏହି ନିଷ୍ପତ୍ତିକୁ ଅନାବଶ୍ୟକ ବୋଲି କହିଛନ୍ତି। ଯୋଗାଣରେ ବୃଦ୍ଧି ଏବଂ ମୂଲ୍ୟ ହ୍ରାସ ସତ୍ତ୍ୱେ ପିଆଜ ରପ୍ତାନି ବନ୍ଦ ହୋଇଯାଉଛି। ଏହା ଠିକ୍‌ ନୁହେଁ ବୋଲି ବିଭିନ୍ନ କମ୍ପାନୀ ମତ ପ୍ରକାଶ କରିଛନ୍ତି। ପିଆଜର ହୋଲ୍‌ସେଲ ମୂଲ୍ୟ ଗତ ଡିସେମ୍ବରରେ ପିଆଜ ମୂଲ୍ୟ କୁଇଣ୍ଟାଲ ପିଛା ୪୫୦୦ ଟଙ୍କା ଅତିକ୍ରମ କରିଥିଲା। ତେବେ ବାଂଲାଦେଶ, ମାଲେସିଆ, ନେପାଳ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ଭାରତରୁ ଆସୁଥିବା ପିଆଜ ଉପରେ ନିର୍ଭରଶୀଳ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri