ଆକ୍ରମଣରେ ଗଲାଣି ୩୧ ଲୋକଙ୍କ ଜୀବନ

କେନ୍ଦୁଝର,୨୩ା୬(ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ଯୋଗୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ଅଧିକାଂଶ ସମୟରେ ଲୋକଙ୍କ ମୁହାଁମୁହିଁ ପରିସ୍ଥିତି ଉପୁଜୁଛି। ବନ୍ୟପ୍ରାଣୀଙ୍କ ଆକ୍ରମଣରେ ଅନେକ ଜୀବନ ଯାଉଥିବା ବେଳେ ଧନ ସମ୍ପତ୍ତି କ୍ଷତି ହେଉଛି। ବନ୍ୟପ୍ରାଣୀଙ୍କ ଆକ୍ରମଣରେ ଗତ ୩ ବର୍ଷ ମଧ୍ୟରେ ୩୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହାତୀ ଉପଦ୍ରବରେ ପ୍ରାୟ ୯ହଜାରରୁ ଊର୍ଦ୍ଧ୍ୱ ଏକର ଜମିର ଫସଲ ନଷ୍ଟ ହୋଇଛି।
ବନ ବିଭାଗ ସୂଚନା ଅନୁଯାୟୀ, ୨୦୨୦-୨୧ରେ ଜିଲାରେ ବନ୍ୟପ୍ରାଣୀଙ୍କ ଆକ୍ରମଣରେ ୬ ଜଣଙ୍କ ଜୀବନ ଯାଇଛି। ୨୦୨୧-୨୨ରେ ୧୩, ୨୦୨୨-୨୩ରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ତିନିବର୍ଷରେ ୧୪୪ ଗୁରୁତର ହୋଇଛନ୍ତି। ୨୦୨୦-୨୧ ବର୍ଷରେ ହାତୀ ଉପଦ୍ରବରେ ମୋଟ ୭୯୮ ଏକର ଜମିର ଫସଲ ନଷ୍ଟ ହୋଇଥିବା ବେଳେ ୨୦୨୧-୨୨ ବର୍ଷରେ ୮୦୪୮, ୨୦୨୨-୨୩ରେ ୮୪୭ ଏକର ଜମିରେ ଫସଲ ନଷ୍ଟ ହୋଇଛି। ଲୋକଙ୍କ ଶସ୍ୟ ହାତୀ ଦାଉରୁ ରକ୍ଷା କରିବା ପାଇଁ ବନବିଭାଗ ପକ୍ଷରୁ ହାତୀ ପ୍ରବଣ ଅଞ୍ଚଳର ବିଭିନ୍ନ ଗ୍ରାମରେ କଣ୍ଟେନର ବ୍ୟବସ୍ଥା କରାଯାଇଛି। ଦୁଇବର୍ଷ ମଧ୍ୟରେ ପ୍ରାୟ ୪୫୦ଟି କଣ୍ଟେନର ଯୋଗାଇ ଦିଆଯାଇ ଶସ୍ୟର ସୁରକ୍ଷା ପାଇଁ ତା’ର ଚାରି ପାଖରେ ଟ୍ରେଞ୍ଜ୍‌ ଖୋଳାଯାଇଛି। ଗାଁଗୁଡ଼ିକରେ ଏହି କଣ୍ଟେନରରେ ଲୋକମାନେ ଧାନ, ଚାଉଳ, ମୁଗ, ବିରି, କୋଳଥ, ଗହମ ସୁରକ୍ଷିତ ରଖିପାରିବେ ବୋଲି ଡିଏଫ୍‌ଓ ଧନ୍‌ରାଜ ଏଚ୍‌ଡି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri