ଆକ୍ରମଣରେ ଗଲାଣି ୩୧ ଲୋକଙ୍କ ଜୀବନ

କେନ୍ଦୁଝର,୨୩ା୬(ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ଯୋଗୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ଅଧିକାଂଶ ସମୟରେ ଲୋକଙ୍କ ମୁହାଁମୁହିଁ ପରିସ୍ଥିତି ଉପୁଜୁଛି। ବନ୍ୟପ୍ରାଣୀଙ୍କ ଆକ୍ରମଣରେ ଅନେକ ଜୀବନ ଯାଉଥିବା ବେଳେ ଧନ ସମ୍ପତ୍ତି କ୍ଷତି ହେଉଛି। ବନ୍ୟପ୍ରାଣୀଙ୍କ ଆକ୍ରମଣରେ ଗତ ୩ ବର୍ଷ ମଧ୍ୟରେ ୩୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହାତୀ ଉପଦ୍ରବରେ ପ୍ରାୟ ୯ହଜାରରୁ ଊର୍ଦ୍ଧ୍ୱ ଏକର ଜମିର ଫସଲ ନଷ୍ଟ ହୋଇଛି।
ବନ ବିଭାଗ ସୂଚନା ଅନୁଯାୟୀ, ୨୦୨୦-୨୧ରେ ଜିଲାରେ ବନ୍ୟପ୍ରାଣୀଙ୍କ ଆକ୍ରମଣରେ ୬ ଜଣଙ୍କ ଜୀବନ ଯାଇଛି। ୨୦୨୧-୨୨ରେ ୧୩, ୨୦୨୨-୨୩ରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ତିନିବର୍ଷରେ ୧୪୪ ଗୁରୁତର ହୋଇଛନ୍ତି। ୨୦୨୦-୨୧ ବର୍ଷରେ ହାତୀ ଉପଦ୍ରବରେ ମୋଟ ୭୯୮ ଏକର ଜମିର ଫସଲ ନଷ୍ଟ ହୋଇଥିବା ବେଳେ ୨୦୨୧-୨୨ ବର୍ଷରେ ୮୦୪୮, ୨୦୨୨-୨୩ରେ ୮୪୭ ଏକର ଜମିରେ ଫସଲ ନଷ୍ଟ ହୋଇଛି। ଲୋକଙ୍କ ଶସ୍ୟ ହାତୀ ଦାଉରୁ ରକ୍ଷା କରିବା ପାଇଁ ବନବିଭାଗ ପକ୍ଷରୁ ହାତୀ ପ୍ରବଣ ଅଞ୍ଚଳର ବିଭିନ୍ନ ଗ୍ରାମରେ କଣ୍ଟେନର ବ୍ୟବସ୍ଥା କରାଯାଇଛି। ଦୁଇବର୍ଷ ମଧ୍ୟରେ ପ୍ରାୟ ୪୫୦ଟି କଣ୍ଟେନର ଯୋଗାଇ ଦିଆଯାଇ ଶସ୍ୟର ସୁରକ୍ଷା ପାଇଁ ତା’ର ଚାରି ପାଖରେ ଟ୍ରେଞ୍ଜ୍‌ ଖୋଳାଯାଇଛି। ଗାଁଗୁଡ଼ିକରେ ଏହି କଣ୍ଟେନରରେ ଲୋକମାନେ ଧାନ, ଚାଉଳ, ମୁଗ, ବିରି, କୋଳଥ, ଗହମ ସୁରକ୍ଷିତ ରଖିପାରିବେ ବୋଲି ଡିଏଫ୍‌ଓ ଧନ୍‌ରାଜ ଏଚ୍‌ଡି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?