Posted inଜାତୀୟ

୫ ରାଜ୍ୟକୁ ୩,୧୧୩ କୋଟିର ବିପର୍ଯ୍ୟୟ ସହାୟତା

ନୂଆଦିଲ୍ଲୀ,୧୩।୨: ଗତବର୍ଷ ଘଟିଥିବା ପ୍ରାକୃତିକ ବିପର୍ଯ୍ୟୟ ଏବଂ ଚାଷ ଜମିରେ ହୋଇଥିବା କୀଟ ଆକ୍ରମଣ ନେଇ ୫ଟି ରାଜ୍ୟକୁ ୩,୧୧୩ କୋଟି ଟଙ୍କାର ସହାୟତା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ଏହାକୁ ମଞ୍ଜୁର କରିଛନ୍ତି। ଜାତୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ଆନ୍ଧ୍ରପ୍ରଦେଶ, ବିହାର, ତାମିଲନାଡୁ, ପୁଡୁଚରେୀ ଏବଂ ମଧ୍ୟପ୍ରଦେଶକୁ ଏହି ସହାୟତା ଯୋଗାଇ ଦିଆଯିବ। ନିଭାର ଏବଂ ବୁରେଭି ବାତ୍ୟା ଯୋଗୁ ଏସବୁ ରାଜ୍ୟରେ ବହୁ କ୍ଷୟକ୍ଷତି ଘଟିଥିଲା। ଦକ୍ଷିଣ-ପଶ୍ଚିମ ମୌସୁମୀ ଯୋଗୁ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ବନ୍ୟା ବିତ୍ପାତ ଯୋଗୁ ରାଜ୍ୟକୁ ୨୮୦.୭୮ କୋଟି ଟଙ୍କା ଯୋଗାଇ ଦିଆଯିବ। ସେହିପରି ବିହାରରେ ଦେଖାଦେଇଥିବା ପ୍ରଳୟଙ୍କରୀ ବନ୍ୟା ଯୋଗୁ କ୍ଷୟକ୍ଷତି ଭରଣା ପାଇଁ ୧,୨୫୫.୨୭ କୋଟି ଟଙ୍କା ପ୍ରଦାନ କରାଯିବ। ତାମିଲନାଡୁକୁ ନିଭାର ବାତ୍ୟା ଲାଗି ୬୩.୧୪ କୋଟି ଏବଂ ବୁରେଭି ପାଇଁ ୨୨୩.୭୭ କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ନିଭାର ବାତ୍ୟା କ୍ଷୟକ୍ଷତି ଲାଗି କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀକୁ ୯.୯୧ କୋଟିର ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଖରିଫ୍‌ ଋତୁରେ ମଧ୍ୟପ୍ରଦେଶରେ ଘଟିଥିବା କୀଟ ଆକ୍ରମଣ ଯୋଗୁ ଚାଷଜମିରେ ଫସଲ ଉଜୁଡ଼ି ଯାଇଥିଲା। ଏନେଇ ରାଜ୍ୟକୁ ୧,୨୮୦.୧୮ କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri