ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନ ସମୟରେ ଚଢ଼ାଉ କରାଯାଇ ଜବତ ହୋଇଥିବା ପ୍ରାୟ ୩,୧୧୬ କିଲୋଗ୍ରାମ ଗଞ୍ଜେଇକୁ NDPS ଆଇନର ସମସ୍ତ ନିୟମ ପାଳନ କରି ସଫଳତାର ସହ ପୋଡ଼ି ଧ୍ୱଂସ କରାଯାଇଛି।

ସୂଚନା ଅନୁଯାୟୀ, ଗଞ୍ଜେଇ ଚୋରା ଚାଲାଣ ସମୟରେ ବିଭିନ୍ନ ସ୍ଥାନରୁ ଜବତ କରାଯାଇଥିବା ଏହି ବିପୁଳ ପରିମାଣର ଗଞ୍ଜେଇକୁ ପ୍ରଥମେ ରା. ଉଦୟଗିରିର ମାନ୍ୟବର ଜେଏମଏଫ୍‌ସିଙ୍କ ପ୍ରତ୍ୟକ୍ଷ ଉପସ୍ଥିତିରେ ଯାଞ୍ଚ କରାଯାଇ ଏକ ସଠିକ୍ ତାଲିକା ପ୍ରସ୍ତୁତ କରାଯାଇଥିଲା। ଏହାପରେ ଏହି ନିଷିଦ୍ଧ ସାମଗ୍ରୀର ଧ୍ୱଂସୀକରଣ ପାଇଁ ରାଜ୍ୟ ଡ୍ରଗ୍ ଡିସ୍ପୋଜାଲ କମିଟି ନିକଟକୁ ପ୍ରସ୍ତାବ ପଠାଯାଇଥିଲା।

ଡ୍ରଗ୍ ଡିସ୍ପୋଜାଲ କମିଟି ପକ୍ଷରୁ ଗ୍ରୀନ୍ ସିଗନାଲ୍ ବା ଅନୁମୋଦନ ମିଳିବା ପରେ ଆଜି ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଶେରଗଡ଼ ଗ୍ରାମ ନିକଟରେ ଧ୍ୱଂସୀକରଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସେଠାରେ ଥିବା ଇଲେକ୍ଟ୍ରି ଚୁଲା  ସାହାଯ୍ୟରେ ଏହି ସମସ୍ତ ଗଞ୍ଜେଇକୁ ପୋଡ଼ି ପାଉଁଶ କରିଦିଆଯାଇଛି।

ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ସମୟରେ ଡ୍ରଗ୍ ଡିସ୍ପୋଜାଲ କମିଟିର ଅଧ୍ୟକ୍ଷଙ୍କ ସମେତ ଗଜପତି ଜିଲ୍ଲାର ଆରକ୍ଷୀ ଅଧୀକ୍ଷକ, ଡିଏସ୍‌ପି (ମୁଖ୍ୟାଳୟ), ଡେପୁଟି କଲେକ୍ଟର ଏବଂ ରା. ଉଦୟଗିରି ଥାନାର ଆଇଆଇସି ପ୍ରମୁଖ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟାନୁଷ୍ଠାନ ବାବଦରେ ସୂଚନା ଦେଇ ରା. ଉଦୟଗିରି ଏସଡ଼ିପିଓ ରାକେଶ କୁମାର ସାହୁ କହିଛନ୍ତି ଯେ, ସମସ୍ତ ପ୍ରକ୍ରିୟାକୁ ଅତ୍ୟନ୍ତ ସ୍ୱଚ୍ଛତା, ଉତ୍ତରଦାୟିତ୍ୱ ଏବଂ ଆଇନଗତ ନିୟମ କାନୁନର ପରିସର ମଧ୍ୟରେ ସୂଚାରୁରୂପେ ସମ୍ପନ୍ନ କରାଯାଇଛି। ପୋଲିସର ଏହି ବଡ଼ ପଦକ୍ଷେପ ଯୋଗୁ ଅଞ୍ଚଳର ଚୋରା ଗଞ୍ଜେଇ ବେପାରୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?