ରାଜ୍ୟରେ ୩୧୪୪ କରୋନା ପଜିଟିଭ୍‌ ଚିହ୍ନଟ: ସର୍ବାଧିକ ସୁନ୍ଦରଗଡ଼, ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଗ୍ରାଫ୍‌ ଉପରମୁହାଁ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୩୧୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୪,୫୯୪ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮୨୩ କ୍ୱାରାଣ୍ଟାଇନ୍‌ରୁ ଓ ୧୩୨୧ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୩୦ଟି ଜିଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡ଼ରୁ ୫୨୩ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୪୯୭ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୪୯, ବାଲେଶ୍ୱର ୨୮, ବରଗଡ଼ ୧୫୬, ଭଦ୍ରକ ୫୧, ବଲାଙ୍ଗୀର ୯୨, ବୌଦ୍ଧ ୭, କଟକ ୧୪୦, ଦେବଗଡ଼ ୨୧, ଢ଼େଙ୍କାନାଳ ୧, ଗଜପତି ୬୭, ଗଞ୍ଜାମ ୪୪, ଜଗତସିଂହପୁର ୧୮, ଯାଜପୁର ୭୬, ଝାରସୁଗୁଡ଼ା ୧୧୯, କଳାହାଣ୍ଡି ୫୩, କନ୍ଧମାଳ ୧୩, କେନ୍ଦ୍ରାପଡ଼ା ୧୫, କେନ୍ଦୁଝର ୧୨୮, କୋରାପୁଟ ୧୮, ମାଲକାନଗିରି ୪, ମୟୁରଭଞ୍ଜ ୬୮, ନବରଙ୍ଗପୁର ୯୬, ନୟାଗଡ଼ ୨୯, ନୂଆପଡ଼ା ୩୯୫, ପୁରୀ ୧୨୯, ରାୟଗଡ଼ା ୪୪, ସମ୍ବଲପୁର ୧୪୯, ସୋନପୁର ୪ ଏବଂ ଷ୍ଟେଟ ପୁଲରୁ ୧୧୦ଜଣ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୪,୫୯୪ରେ ପହଞ୍ଚିଥିବା ବେଳେ ସେଥିମଧ୍ୟରୁ ୩,୪୩,୫୨୨ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧,୯୦୭୭ଜଣ କରୋନା ଆକ୍ରାନ୍ତ ଏବେ ବି ଚିକିତ୍ସାଧିନ ରହିଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri