ଅନ୍ଧାରରେ ୩୧,୪୫୬ ଅଙ୍ଗନଓ୍ବାଡି କେନ୍ଦ୍ର

ଭୁବନେଶ୍ୱର,୧୬।୨(ବନ୍ଦନା ସେଠୀ): ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରାଜ୍ୟର ୬୮.୫% ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଫେଡାଣ ଆସୁ ନ ଥିବାବେଳେ ୪୮.୫% ପିଲା ଗୁଣନ ଓ ହରଣ ଜାଣି ନ ଥିବା ଶୁକ୍ରବାର ବିଧାନସଭାରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତଥ୍ୟ ଉପସ୍ଥାପନ କରିଥିଲେ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ଶନିବାର ରାଜ୍ୟର ଅଧିକାଂଶ ଅଙ୍ଗନଓ୍ବାଡିର ଅବସ୍ଥା ମଧ୍ୟ ଶୋଚନୀୟ ରହିଥିବା ତଥ୍ୟ ପ୍ରକାଶ ପାଇଛି। ରାଜ୍ୟର ୩୧ହଜାର ୪୫୬ ଅଙ୍ଗନଓ୍ବାଡି କେନ୍ଦ୍ର ଅନ୍ଧାରରେ ରହିଥିବାବେଳେ, ୨୧ହଜାର ୪୮୬ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଧାନସଭାରେ ତଥ୍ୟ ରଖିଛନ୍ତି। ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୪୭ହଜାର ୭୩୭ ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଚେରୀ ନାହିଁ। ତେବେ ଅଙ୍ଗନଓ୍ବାଡି କେନ୍ଦ୍ରରେ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ସିକ୍ୟୁରିଟି ଡିପୋଜିଟ୍‌ ସହିତ ଆବଶ୍ୟକ ସ୍ଥାନରେ ନିକଟସ୍ଥ ପୋଲରୁ ଅଙ୍ଗନଓ୍ବାଡି କେନ୍ଦ୍ର ପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାଣର ବ୍ୟୟବରାଦ ନିମନ୍ତେ ଜିଲାଗୁଡ଼ିକୁ ପର୍ଯ୍ୟାୟ କ୍ରମେ ପାଣ୍ଠି ପ୍ରଦାନ କରାଯାଉଛି। ବର୍ତ୍ତମାନ ପାଚେରୀ ନିର୍ମାଣ ନିମସ୍ତେ କୌଣସି ପ୍ରସ୍ତାବ ନାହିଁ। ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ରର ଭିତ୍ତିଭୂମି ବିକାଶ ପାଇଁ ପର୍ଯ୍ୟାୟ କ୍ରମେ ଆବଶ୍ୟକ ପଦକ୍ଷେପ ନିଆଯାଉଛି ବୋଲି ପ୍ରଭାତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri