ଅନ୍ଧାରରେ ୩୧,୪୫୬ ଅଙ୍ଗନଓ୍ବାଡି କେନ୍ଦ୍ର

ଭୁବନେଶ୍ୱର,୧୬।୨(ବନ୍ଦନା ସେଠୀ): ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରାଜ୍ୟର ୬୮.୫% ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଫେଡାଣ ଆସୁ ନ ଥିବାବେଳେ ୪୮.୫% ପିଲା ଗୁଣନ ଓ ହରଣ ଜାଣି ନ ଥିବା ଶୁକ୍ରବାର ବିଧାନସଭାରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତଥ୍ୟ ଉପସ୍ଥାପନ କରିଥିଲେ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ଶନିବାର ରାଜ୍ୟର ଅଧିକାଂଶ ଅଙ୍ଗନଓ୍ବାଡିର ଅବସ୍ଥା ମଧ୍ୟ ଶୋଚନୀୟ ରହିଥିବା ତଥ୍ୟ ପ୍ରକାଶ ପାଇଛି। ରାଜ୍ୟର ୩୧ହଜାର ୪୫୬ ଅଙ୍ଗନଓ୍ବାଡି କେନ୍ଦ୍ର ଅନ୍ଧାରରେ ରହିଥିବାବେଳେ, ୨୧ହଜାର ୪୮୬ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଧାନସଭାରେ ତଥ୍ୟ ରଖିଛନ୍ତି। ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୪୭ହଜାର ୭୩୭ ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଚେରୀ ନାହିଁ। ତେବେ ଅଙ୍ଗନଓ୍ବାଡି କେନ୍ଦ୍ରରେ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ସିକ୍ୟୁରିଟି ଡିପୋଜିଟ୍‌ ସହିତ ଆବଶ୍ୟକ ସ୍ଥାନରେ ନିକଟସ୍ଥ ପୋଲରୁ ଅଙ୍ଗନଓ୍ବାଡି କେନ୍ଦ୍ର ପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାଣର ବ୍ୟୟବରାଦ ନିମନ୍ତେ ଜିଲାଗୁଡ଼ିକୁ ପର୍ଯ୍ୟାୟ କ୍ରମେ ପାଣ୍ଠି ପ୍ରଦାନ କରାଯାଉଛି। ବର୍ତ୍ତମାନ ପାଚେରୀ ନିର୍ମାଣ ନିମସ୍ତେ କୌଣସି ପ୍ରସ୍ତାବ ନାହିଁ। ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ରର ଭିତ୍ତିଭୂମି ବିକାଶ ପାଇଁ ପର୍ଯ୍ୟାୟ କ୍ରମେ ଆବଶ୍ୟକ ପଦକ୍ଷେପ ନିଆଯାଉଛି ବୋଲି ପ୍ରଭାତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri